ରାଜ୍ୟରେ ୨୫୦୦ ନୂଆ ଗୃହରକ୍ଷୀ ପଦବୀ ସୃଷ୍ଟିକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ।

ରାଜ୍ୟ ସରକାର ଦେଲେ ଖୁସି ଖବର। ରାଜ୍ୟରେ ଆଉ ନୂଆ ୨୫୦୦ ଗୃହରକ୍ଷୀ ପଦବୀକୁ ମିଳିଛି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ। ରାଜ୍ୟରେ ସୃଷ୍ଟି ହୋଇଛି ୨୫୦୦ ନୂଆ ଗୃହରକ୍ଷୀ ପଦବୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭୬୭୫ ଅଛି। ୨୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦୧୭୫କୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଖୁବଶୀଘ୍ର ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି କୁହାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ କରିବା ପାଇଁ ରାଜ୍ୟ ପୁଲିସ ବାହିନୀରେ ପଦବୀ ସଂଖ୍ୟା ବୃଦ୍ଧି କରାଯିବା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ। ରାଜ୍ୟ ପୁଲିସ ବିଭାଗର ବିଭିନ୍ନ ଶାଖାରେ ପ୍ରାୟ ୧୨୦୦୦ ପଦବୀ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଛନ୍ତି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)