ଆଜି ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ; ୧୯ଟି ପ୍ରକଳ୍ପର କରିବେ ଶିଳାନ୍ୟାସ ଓ ଲୋକର୍ପଣ ।

ଆଜି ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ୪ ହଜାର ୧୭୩ କୋଟି ଟଙ୍କାର ୧୯ଟି ପ୍ରକଳ୍ପର ଶିଳାନ୍ୟାସ ସହ ଉଦଘାଟନ କାର୍ଯ୍ୟକ୍ରମ ରହିଛି। ଯାହା ଭିତରେ ରହିଛି ୧୭ଟି ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ ଓ ୨ଟିର ଲୋକାର୍ପଣ। ଆଜି ଅପରାହ୍ଣରେ ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜନ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ ନୀତିନ ଗଡ଼କରୀ। ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକର୍ପଣ କରିବାର କାର୍ଯ୍ୟକ୍ରମ ରହିଛି ।

ପ୍ରକଳ୍ପ ଶିଳାନ୍ୟାସ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା ମଧ୍ୟ କରିପାରନ୍ତି କେନ୍ଦ୍ରମନ୍ତ୍ରୀ। ଓଡ଼ିଶା ପକ୍ଷରୁ ଚଳିତ ବର୍ଷ ୨୮ ହଜାର କୋଟିର ଅନୁଦାନ ଦାବି ହୋଇଛି। ତେଣୁ ଗଡ଼କରୀ ପାଖାପାଖି ୯ ହଜାର କୋଟି ଟଙ୍କାର ଅନୁଦାନ ଘୋଷଣା କରିପାରନ୍ତି ବୋଲି କୁହାଯାଉଛି। ତେବେ ଦିନିକିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ ପ୍ରଥମେ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ମହତାବ ଜୟନ୍ତୀରେ ଯୋଗଦେବେ। ପରେ ଜାତୀୟ ରାଜପଥ ପ୍ରକଳ୍ପଗୁଡିକର ସମୀକ୍ଷା କରିବେ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)