ମାଲେସିଆ ଗସ୍ତରେ ଯିବେ ଓଡିଶା ଚାଷୀ ଏବଂ କୃଷି ଅଧିକାରୀ ।

ମାଲେସିଆ ଗସ୍ତରେ ଯିବେ ଓଡିଶା ଚାଷୀ ଏବଂ କୃଷି ଅଧିକାରୀ। କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଜଳ ସମ୍ପଦ ବିଭାଗର ମିଳିତ ସହଯୋଗରେ ୧୪ ଜଣ କୃଷକ ଓ ୧୪ଜଣ ଅଫିସରଙ୍କୁ ମନୋନୀତ କରାଯାଇଛି। କୃଷି ବିଭାଗ ପକ୍ଷରୁ ୭ ଦିନିଆ ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ। ରାଜ୍ୟର ବିଭିନ୍ନ ଅଞ୍ଚଳର ୧୪ ଜଣ ଚାଷୀ ଓ ୧୪ ଅଧିକାରୀ ମାଲେସିଆ ଯିବା ନେଇ ସୂଚନା ରହିଛି। ଏହି କାର୍ଯ୍ୟକ୍ରମର ଦାୟିତ୍ୱ ନେବେ ନାବାର୍ଡ ଓ ବିଶ୍ୱ ବ୍ୟାଙ୍କ। ଛତୁ ଉତ୍ପାଦନ, ଆଧୁନିକ ପ୍ରଣାଳୀରେ ଉନ୍ନତ ଉଦ୍ୟାନ କୃଷି ଏବଂ ଜଳବାୟୁ ସହନଶୀଳ କୃଷି ପଦ୍ଧତି ଶିଖିବା ପାଇଁ ସେଠାରେ ଚାଷୀଙ୍କୁ ସୁଯୋଗ ଦିଆଯିବ।

ତେବେ, ଆଜି ଆନୁଷ୍ଠାନିକ ଭାବେ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ। ରାଜ୍ୟରେ କୃଷିଜାତ ଦ୍ରବ୍ୟର ଉତ୍ପାଦନ ଓ ବ୍ୟବସାୟକୁ ଦ୍ବିଗୁଣିତ କରିବା ଲକ୍ଷ୍ୟରେ ଏଭଳି କାର୍ଯ୍ୟକ୍ରମ ହେଉଛି। ମାଲେସିଆ ଗସ୍ତ କାଳରେ ପ୍ରତି ଦିନର ରିପୋର୍ଟ ପ୍ରସ୍ତୁତ କରିବାକୁ ଚାଷୀ ଓ ଅଫିସରଙ୍କୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। ଓଡିଶା ଫେରିବା ପରେ ୩ଦିନ ମଧ୍ୟରେ ସମସ୍ତ ରିପୋର୍ଟ ବିଭାଗରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ନଦେଲେ ପଦୋନ୍ନତି ସମୟରେ ଏହାକୁ ବିଚାର କରାଯିବ ବୋଲି ଚେତାଇ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ। 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)