ସୁଭଦ୍ରାର ଷଷ୍ଠ ପର୍ଯ୍ୟାୟ ଟଙ୍କା ନେଇ ଆସିଲା ବଡ ଖବର । ୨୪ରେ ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଷଷ୍ଠ ପର୍ଯ୍ୟାୟ ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଯେଉଁମାନେ ଯୋଜନାର ଲାଭ ପାଇବା ପାଇଁ ଆବେଦନ କରିଥିଲେ, ସେମାନଙ୍କ ମଧ୍ୟରୁ ଯିଏ ଯୋଗ୍ୟ ବିବେଚିତ ହେବେ ସେମାନେ ଟଙ୍କା ପାଇବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି । ପ୍ରଭାତୀଙ୍କ ଏହି ଘୋଷଣା ପରେ ଏବେ ପୁଣି ଥରେ ସୁଭଦ୍ରା ଆବେଦନକାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି । ମାର୍ଚ୍ଚ ମାସରେ ରାଜ୍ୟରେ ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା । ହେଲେ ଅନେକଙ୍କ କୌଣସି କାରଣ ବଶତଃ ଆକାଉଣ୍ଟକୁ ଟଙ୍କା ଆସିନଥିଲା । କିନ୍ତୁ ସେମାନେ ଏବେ ଆଦୌ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ । କାରଣ ପୁଣି ଥରେ ଏହି ମାସରେ ସୁଭଦ୍ରା ଟଙ୍କା ଆକାଉଣ୍ଟକୁ ଆସିବାକୁ ଯାଉଛି । ସୂଚନା ଅନୁସାରେ, ଅଯୋଗ୍ୟ ହିତାଧିକାରୀଙ୍କ ସର୍ଭେ ପରେ ଏପ୍ରିଲ ୨୪ରେ ସୁଭଦ୍ରା ଟଙ୍କା ଦିଆଯିବ ବୋଲି କହିଛନ୍ତି ପ୍ରଭାତୀ । ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଭିତରୁ ଯେଉଁମାନେ ଯୋଗ୍ୟ, ସେମାନେ ପାଇବେ ବୋଲି ପ୍ରଭାତୀ ସ୍ପଷ୍ଟ କରିଛନ୍ତି।
୨୪ରେ ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ଷଷ୍ଠ ପର୍ଯ୍ୟାୟ ଟଙ୍କା; ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା












Leave a Reply