ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଓଡ଼ିଶାର ୧୬ଟି ସ୍ଥାନରେ ପାରଦ ପ୍ରାୟ ୪୦ ଡିଗ୍ରୀରୁ ଅଧିକ ରହିଛି । ସେହିପରି ପୁଣି ଝାରସୁଗୁଡ଼ ସହର ଦେଶର ସବୁଠୁ ଉତ୍ତପ୍ତ ସହରର ତାଲିକାରେ ପ୍ରଥମରେ ରହିଛି । ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିବାର ସମ୍ଭାବନା ରହିଛି । ଯେଉଁଥିପାଇଁ ସତର୍କ ସୂଚନା ଜାରି କରାଯାଇଛି ।
ଗତକାଲି ଝାରସୁଗୁଡାରେ ଦିନ ତାପମାତ୍ରା ସର୍ବାଧିକ ୪୫.୪ଡିଗ୍ରୀ ରହିଥିବା ବେଳେ ଟିଟିଲାଗଡ଼ରେ ୪୪ ଡିଗ୍ରୀ ରହିଥିଲା । ପଶ୍ଚିମରୁ ଉତ୍ତର ସବୁଠି ତାପମାତ୍ରା ବଢ଼ିବା ସହ ଆର୍ଦ୍ରତା ଅଧିକ ରହିବା କାରଣରୁ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା ଆଜି ସ୍ଥିତି ସମାନ ରହିବ । ରାଜ୍ୟର ୧୬ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ଡିଗ୍ରୀ ଅତିକ୍ରମ କରିବା ସହ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଛି। ଯେଉଁଥି ପାଇଁ ଲୋକଙ୍କୁ କାମ ନଥିଲେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡା ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ସମ୍ଭାବନା ରହିଛି। ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର ଏବଂ ବରଗଡ଼ ଜିଲାର କିଛି ସ୍ଥାନରେ ପ୍ରବଳ ମାତ୍ରାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।












Leave a Reply