ଭୁବନେଶ୍ୱରରେ ରହୁଛନ୍ତି ଜଣେ ପାକିସ୍ତାନୀ ମହିଳା; ଭୁବନେଶ୍ୱର ଛାଡି ଯିବା ପାଇଁ ପୋଲିସ ନୋଟିସ୍‌ ।

ଭୁବନେଶ୍ୱରରେ ରହୁଛନ୍ତି ଜଣେ ପାକିସ୍ତାନୀ ମହିଳା । ମହିଳାଙ୍କୁ ଦେଶ ଛାଡ଼ି ଯିବାକୁ ଦିଆଯାଇଛି ନୋଟିସ୍ । ଓଡ଼ିଆ ଯୁବକଙ୍କୁ ବିବାହ କରି ଦୀର୍ଘ ମିଆଦି ଭିସାରେ ୨୦୦୮ରୁ ରହୁଛନ୍ତି ମହିଳା । ତାଙ୍କର ଭିସା ଅବଧି ୨୦୨୪ରେ ଶେଷ ହୋଇଥିଲା । ଏହାପରେ ମହିଳା ଜଣଙ୍କ ଭାରତ ଛାଡ଼ି ପାକିସ୍ତାନ ଚାଲିଯିବା ନିମନ୍ତେ ଏଗଜିଟ୍‌ ଭିସା ପାଇଁ କମିଶନରେଟ୍‌ ପୋଲିସ ନିକଟରେ ଆବେଦନ କରିଥିଲେ କିନ୍ତୁ ସେ ଆବେଦନ ପଡି ରହିଥିଲା । ଏବେ ପହଲଗାମ୍‌ ଘଟଣା ପରେ ଗୃହକେନ୍ଦ୍ରୀୟ ମନ୍ତ୍ରାଳୟ ପକ୍ଷରୁ ସମସ୍ତ ରାଜ୍ୟରେ ଥିବା ପାକିସ୍ତାନୀମାନଙ୍କୁ ଭାରତ ଛାଡିବା ପାଇଁ ନିର୍ଦ୍ଦେଶ ଥିବା ବେଳେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କୁ ମଧ୍ୟ ଭୁବନେଶ୍ୱର ଛାଡି ଯିବା ପାଇଁ ପୋଲିସ ନୋଟିସ୍‌ ହୋଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)