ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା: ମହିଳା, ଟ୍ରାନ୍ସ ଜେଣ୍ଡରଙ୍କୁ ମିଳିବ ୫୦% ରିହାତି ।

ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍ ସେବା। ମୁଖ୍ୟମନ୍ତ୍ରୀ ବସ୍ ସେବାରେ ମହିଳା, ଟ୍ରାନ୍ସ ଜେଣ୍ଡରଙ୍କୁ ମିଳିବ ୫୦ ପ୍ରତିଶତ ରିହାତି। ଭିନ୍ନକ୍ଷମ ଛାତ୍ର, ବରିଷ୍ଠ ନାଗରିକଙ୍କୁ ମଧ୍ୟ ମିଳିବ ୫୦ ପ୍ରତିଶତ ରିହାତି। ଏହି ପ୍ରସ୍ତାବ ସମେତ ୫ଟି ବିଭାଗର ୮ଟି ପ୍ରସ୍ତାବକୁ କ୍ୟାବିନେଟରେ ମଞ୍ଜୁରୀ ମିଳିଛି। କ୍ୟାବିନେଟ୍ ବୈଠକରେ ବିପର୍ଯ୍ୟୟ ପ୍ରତିରୋଧକ ସଡ଼କ ନାଁରେ ନୂତନ ଯୋଜନାକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାକୁ ମଧ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ସେହିପରି ଫ୍ୟାମିଲ ପେନସନ ବ୍ୟାବସ୍ଥା ପୂର୍ବରୁ ଅବିବାହିତ ଝିଅ ପାଇଁ ଥିଲା। ଏବେ ଏଥିରେ ସଂଶୋଧନ କରାଯାଇଛି। ଯଦି ଦିବ୍ୟାଙ୍ଗ ଝିଅ ହୋଇଥିବେ, ତାର ବାହାଘର ସରିଛି, ତଥାପି ପେନସନ ପାଇପାରିବେ। କେବଳ ପରିବାରର ଆୟ ୫ଲକ୍ଷରୁ କମ୍ ଥିବ।

ଏହି ଯୋଜନାରେ ଏକ ହଜାର କୋଟି ବ୍ୟୟରେ ୫୦୦ କିଲୋମିଟର ନୂତନ ରାସ୍ତା ନିର୍ମାଣ ହେବ। ନିର୍ବାଚନ ମଣ୍ଡଳିରେ ଥିବା ସଡ଼କ ନିର୍ମାଣ ଓ ମରାମତି ଏବଂ ନିର୍ବାଚନ ମଣ୍ଡଳି ଅର୍ଥ ବ୍ୟବସ୍ଥା ନାଁରେ ନୂତନ ଯୋଜନାକୁ ମଞ୍ଜୁରୀ ମିଳିଛି। ପ୍ରାଣୀ ଚିକିତ୍ସା ବୈଷୟିକ ସେବା ନିୟମ ଏବଂ ପ୍ରାଣୀ ଚିକିତ୍ସା ବୈଷୟିକ ସେବା କ୍ୟାଡରରେ ୧୧୩ ନୂତନ ପଦବୀ ସୃଷ୍ଟି କରିବା ପ୍ରସ୍ତାବକୁ ମଧ୍ୟ ମଞ୍ଜୁରୀ ମିଳିଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial