ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ ।

ଶପଥ ନେଲେ ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦ। ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଇଛନ୍ତି। ହାଇକୋର୍ଟ ପରିସରରେ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କୁ ଶପଥ ପାଠ କରାଇଛନ୍ତି। ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କର ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି।

ପୂର୍ବରୁ କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଥିଲେ ଜଷ୍ଟିସ ଶ୍ରୀପଦ। ଜଷ୍ଟିସ ଶ୍ରୀପଦଙ୍କର କର୍ଣ୍ଣାଟକ ହାଇକୋର୍ଟରୁ ଓଡିଶା ହାଇକୋର୍ଟ ବଦଳି ହୋଇଥିଲା। ଜଷ୍ଟିସ ଶ୍ରୀପଦ ୧୯୬୪ ମସିହା ଜୁଲାଇ ୨୦ରେ ଜନ୍ମ ଗ୍ରହଣ କରିଥିଲେ । ୨୦୧୮ ମସିହା ଫେବ୍ରୁଆରୀ ୧୪ ତାରିଖ ରେ ସେ କର୍ଣ୍ଣାଟକ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବରେ କାର୍ଯ୍ୟରେ ଯୋଗ ଦେଇଥିଲେ । ୨୦୨୦ ଜାନୁଆରୀ ୭ ତାରିଖରେ କର୍ଣ୍ଣାଟକ ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବରେ ଶପଥ ଗ୍ରହଣ କରିଥିଲେ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)