ଆଜି ପ୍ରକାଶ ପାଇବ ଦଶମ ଓ ଦ୍ୱାଦଶ CBSE ପରୀକ୍ଷା ଫଳ ।

ଆଜି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବ । ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବ । ସିବିଏସ୍‌ଇ ପରିଚାଳିତ ଘରୋଇ ସ୍କୁଲକୁ ଏପରି ଖବର ଆସିଥିବା ନେଇ ଏକ ବିଶେଷ ସୂତ୍ରରୁ ସୂଚନା ମିଳିଛି । କେବଳ ଏତିକି ନୁହେଁ ଡିଜି ଲକର ୱେବ୍‌ସାଇଟ୍‌ରେ ରେଜଲ୍ଟ ଖୁବ୍‌ ଶୀଘ୍ର ଆସିବ ବୋଲି ଲେଖାଯାଇଛି । ସୂଚନାଯୋଗ୍ୟ, ସିବିଏସ୍‌ଇ ଦଶମ ପରୀକ୍ଷା ଗତ ଫେବ୍ରୁଆରୀ ୧୫ରୁ ମାର୍ଚ୍ଚ ୧ ଯାଏ ହୋଇଥିଲା । ସେହିପରି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇ ଏପ୍ରିଲ୍‌ ୪ରେ ଶେଷ ହୋଇଛି ।

ଚଳିତ ବର୍ଷ ସାରା ଦେଶରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ୪୪ ଲକ୍ଷ ପିଲା ପରୀକ୍ଷା ଦେଇଛନ୍ତି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତାକାଲି ପୂର୍ବାହ୍ନ ୧୦ଟାରେ ସିବିଏସ୍‌ଇ ଦଶମ ଶ୍ରେଣୀ ରେଜଲ୍ଟ ପ୍ରକାଶ ପାଇବ । ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ ଆସିବ । ସିବିଏସ୍‌ଇ ପକ୍ଷରୁ ଏନେଇ କୌଣସି ସୂଚନା ଦିଆଯାଇନାହିଁ । ୱେବ୍‌ସାଇଟ୍‌ www.cbseresults.nic.in ରେ ରେଜଲ୍ଟ ଉପଲବ୍ଧ ହେବ । ପିଲାମାନେ ସେମାନଙ୍କର ରୋଲ୍‌ ନମ୍ବର, ଜନ୍ମ ତାରିଖ ପ୍ରଦାନ କରି ରେଜଲ୍ଟ ଦେଖିପାରିବେ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)