ଆଜି ମହାପ୍ରଭୁଙ୍କ ଭଉଁରୀ ଯାତ୍ରା; ସମ୍ପନ୍ନ ହେବ ଚକ ଅଖ ଡେରା ନୀତି।

ଆଜି ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ଅବସରରେ ଶ୍ରୀକ୍ଷେତ୍ରରେ ସମ୍ପନ୍ନ ହେବ ତିନି ରଥର ଚକ ଅଖ ଡେରା ନୀତି । ସକାଳଧୂପ ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକ ମାନେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଧରି ରଥଖଳାକୁ ବିଜେ କରିବେ । ଏହାପରେ ତିନି ରଥର ଦୁଇଟି ଲେଖାଏଁ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯିବ । ଆଜିର ଏହି ଚକ ଅଖ ଡେରା ନୀତି ସମ୍ପନ୍ନ ହେବା ପରେ ରଥ ନିର୍ମାଣର ଅନ୍ୟାନ୍ୟ କାର୍ଯ୍ୟ ଆରମ୍ଭ ହେବ।

ସେପଟେ ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ, ଅର୍ଥାତ ଭଉଁରୀ ଯାତ୍ରାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଭୂଦେବୀ, ଶ୍ରୀଦେବୀ, ରାମକୃଷ୍ଣ ଓ ମଦନମୋହନଙ୍କ ପଞ୍ଚ ମହାଦେବ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଘେରା ଜଳକ୍ରୀଡା କରିବେ। ଆଜି ଅପରାହ୍ନ ୪ ଟାରେ ଶୋଭାଯାତ୍ରାରେ ଶ୍ରୀମନ୍ଦିରରୁ ମହାପ୍ରଭୁ ମଣିବିମାନରେ ବାହାରି ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ଯିବେ। ଭଉଁରୀ ଯାତ୍ରାରେ ଅତ୍ୟଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି  ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)