ଅନୁଗୁଳ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ତରଫରୁ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କୁ ସମ୍ବର୍ଦ୍ଧନା ।

ଚାଷୀ ଭାଇଭଉଣୀଙ୍କ ଉନ୍ନତି ଲାଗି ରାଜ୍ୟ ସରକାର ସଂକଳ୍ପବଦ୍ଧ। ସେମାନଙ୍କ ଅମଳ ଓ ରୋଜଗାର ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଫସଲ ବିବିଧିକରଣ ଓ ସମନ୍ୱିତ କୃଷି କାର୍ଯ୍ୟକ୍ରମ ଏବଂ ଶ୍ରୀଅନ୍ନ ଅଭିଯାନ ଭଳି ଅନେକ କୃଷକ କଲ୍ୟାଣକାରୀ ଯୋଜନା କାର୍ଯ୍ୟ କରିବା ସହ କୃଷି ଓ କୃଷକଙ୍କ ଉନ୍ନତିର ଗ୍ୟାରେଣ୍ଟି ନେଇ ମୋହନ ସରକାର ଧାନ କ୍ୱିଣ୍ଟାଲ ପିଛା ୩୧୦୦ ଟଙ୍କା ଦେବା ସହ ସମସ୍ତ ପଞ୍ଜିକୃତ ଚାଷୀଙ୍କ ଠାରୁ ଧାନ କିଣି ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ଅର୍ଥ ପୈଠ କରିଥିବାରୁ ମାନ୍ୟବର ଢେଙ୍କାନାଳ ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣି, ମାନ୍ୟବର ଅନୁଗୁଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ମାନ୍ୟବର ଛେଣ୍ଡିପଦା ବିଧାୟକ ଶ୍ରୀ ଅଗସ୍ତି ବେହେରା, ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ମହେଶ୍ୱର ସାହୁଙ୍କ ସମେତ ଦଳର ବହୁ ନେତୃବୃନ୍ଦ, କାର୍ଯ୍ୟକର୍ତ୍ତା ଏବଂ ହଜାର ହଜାର କୃଷକ ଭାଇ ଭଉଣୀଙ୍କ ଉପସ୍ଥିତିରେ ଅନୁଗୁଳ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ତରଫରୁ ଅନୁଗୁଳ ସ୍ଥିତ ସଭାଗୃହ ଠାରେ ଆୟୋଜିତ ଧନ୍ୟବାଦ ଜ୍ଞାପନ ସଭାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏଥି ସହ ଆୟୋଜମାନଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ ରାଇଜ ସାରା ଚାଷୀ ଭାଇଭଉଣୀଙ୍କର ସମୃଦ୍ଧି ଓ ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)