ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ; ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ପ୍ରକାଶ

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଅପରାହ୍ନ ୪ଟା ସମୟରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ, ଏବଂ ଧନ୍ଦାମୂଳକ ଶିକ୍ଷାରେ ପ୍ରକାଶ ପାଇବ ଫଳ। ଏନେଇ ସୂଚନା ଦେଇଛନ୍ତି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା। ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ଫଳ ପ୍ରକାଶ ପାଇବ। ଛାତ୍ରଛାତ୍ରୀ ମାନେ ବୋର୍ଡ ତରଫ୍ ରୁ ଉପଲବ୍ଧ ୱେବ୍ ସାଇଟ https://results.digilocker.gov.in/ ନଚେତ https://results.odisha.gov.in/ ରେ ନିଜ ନିଜର ପରୀକ୍ଷା ଫଳ ଦେଖିପାରିବେ। କିମ୍ବା ଡିଜି ଲକରରେ ଫଳାଫଳ ଦେଖି ପାରିବେ।

ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ। ସେମାନଙ୍କ ମଧ୍ୟରୁ କଳାରେ ୨ ଲକ୍ଷ ୨୯ ହଜାର ୬୦୪ ଜଣ ରହିଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଛାତ୍ରଛାତ୍ରୀ ରହିଛନ୍ତି। ସେହିଭଳି ୨୭ ହଜାର ୨୮୨ ଜଣ ଏକ୍ସ ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

ଅନ୍ୟପକ୍ଷରେ ବଢିଛି ଯୁକ୍ତ ୩ ନାମଲେଖା ଆବେଦନ ଅବଧି। ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଆବେଦନ ଅବଧିକୁ ବଢ଼ାଇଛି ଉଚ୍ଚଶିକ୍ଷା ବିଭାଗ। ପୂର୍ବ ବିଜ୍ଞପ୍ତି ଅନୁସାରେ ନାମଲେଖା ଆବେଦନ ଗତକାଲି ଶେଷ ହେଉଥିଲା। ତେବେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇନଥିବାରୁ ବଢିଥିଲା ଅସନ୍ତୋଷ। ଏଥିସହିତ ନାମଲେଖା ଆବେଦନ ସମୟ ସୀମା ବୃଦ୍ଧି କରିବାକୁ ଦାବି ହୋଇଥିଲା। ଶେଷରେ ଏହାକୁ ଜୁନ୍ ୧ ଯାଏଁ ବଢ଼ାଯାଇଛି। ତେବେ ଯେଉଁମାନେ କମନ୍ ଆପ୍ଳିକେସନ ଫର୍ମ ବା CAFରେ ଆବେଦନ କରିଛନ୍ତି, ମାର୍କସିଟ୍ ଅପଲୋଡ୍ କରିପାରିବେ। ପ୍ରଥମ, ଦ୍ବିତୀୟ ଓ ତୃତୀୟ ସିଲେକ୍ସନ ଡେଟ୍ ଲାଇନ ପରେ ପ୍ରକାଶ ପାଇବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)