ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର ।

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ଖୁସି ଖବର । ଭତ୍ତା ବଢ଼ାଇଲେ ରାଜ୍ୟ ସରକାର । ରାଜ୍ୟର ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଏବଂ ୮୦ ପ୍ରତିଶତ ବା ତା’ଠାରୁ ଅଧିକ ଦିବ୍ୟାଙ୍ଗ ଏଣିକି ମାସକୁ ୩୫୦୦ ଟଙ୍କା ଭତ୍ତା ପାଇବେ । ହିତାଧିକାରୀଙ୍କୁ ଜୁନ୍ ମାସରୁ ମିଳିବ ଏହି ଭତ୍ତା । ଏନେଇ ସମସ୍ତ ଡିଏସଏସଓଏସଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ବିଜେପି ସରକାରର ଏହି ମହତ୍ତ୍ୱାକାଂକ୍ଷୀ ଯୋଜନା ଦ୍ୱାରା ରାଜ୍ୟର ୪ ଲକ୍ଷ ୧୭ ହଜାର ୪୯୬ଜଣ ହିତାଧିକାରୀ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)