ଦେବଗଡ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।

ଦେବଗଡ ଜିଲ୍ଲା ରିଆମାଳ ବ୍ଲକ କଣ୍ଟାବାହାଳ ଗ୍ରାମ ପଞ୍ଚାୟତ ଠାରେ ଅନୁଷ୍ଠିତ ହୋଇଛି ଅଭିଯୋଗ ଶୁଣାଣି ଶିବିର । ଜିଲ୍ଲାପାଳ ସର୍ବପ୍ରଥମେ ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ପ୍ରକଳ୍ପକୁ ଫିତା କାଟି ଶୁଭାରମ୍ଭ କରିଥିଲେ । ପରେ ପରେ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଥିଲା । ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ ଯୋଗଦେଇ ୪୨ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମଧ୍ୟରେ ୨୩ଟି ବ୍ୟକ୍ତିଗତ ଏବଂ ୧୯ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି ।

ବିଶେଷ କରି ମଧୁବାବୁ ପେନସନ, ୦. ୦୪ ଜମିର ପଟ୍ଟା, ଶିକ୍ଷକ ନିଯୁକ୍ତି, ରାସ୍ତା ମରାମତି, ନଳକୂପ ମରାମତି, ଭାଗବତ ଟୁଙ୍ଗୀ ନିମନ୍ତେ ପ୍ରମୁଖ ସମାଧାନ ପାଇଁ ଅଭିଯୋଗ ହୋଇଥିଲା । ଅଭିଯୋଗ ଗୁଡିକ ଶୁଣିବା ପରେ ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର, ବନଖଣ୍ଡ ଅଧିକାରୀ ମଗର ଧନାଜୀ ରାଓସ, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ଼ିଲ୍ଲାପରିଷଦ ରାଜେନ୍ଦ୍ର କୁମାର ମିଞ୍ଜ, ଉପ ଜ଼ିଲ୍ଲାପାଳ ପରକ୍ଷିତ ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀଣି ରିଆମାଳ ଆଦିତ୍ୟ ପଣ୍ଡା, ସହକାରୀ ଜ଼ିଲ୍ଲାପାଳ ହେମନ୍ତ ସିଂ, ତହସିଲଦାର ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)