ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ଛୁଇଁଲା ମୌସୁମୀ; ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ।

ଗତବର୍ଷ ଜୁନ୍‌ ୭ ତାରିଖରେ ମୌସୁମୀ ଓଡ଼ିଶାରେ ପହଞ୍ଚିଥିଲା । ଏଥର ଜୁନ୍‌ ମାସ ଆରମ୍ଭ ହେବା ଆଗରୁ, ବେଶ୍‌ ଆଗୁଆ ରାଜ୍ୟକୁ ଆସିଛି । ଏଥର ମୌସୁମୀ ଋତୁରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ ବି କରିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅପରାହ୍ନରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି । ସକ୍ରିୟ ଲଘୁଚାପ ଧୀରେ ଧୀରେ ଉତ୍ତର ଦିଗକୁ ଗତି କରି ୨୪ ଘଣ୍ଟାରେ ଅବପାତରେ ପରିଣତ ହୋଇପାରେ ବୋଲି ଆକଳନ ରହିଛି । ଲଘୁଚାପ ପ୍ରଭାବରେ ଗୁରୁବାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ।

ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ସମ୍ପୂର୍ଣ୍ଣ ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ମୌସୁମୀ ଛୁଇଁଛି । ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ଆଂଶିକ ଅଗ୍ରସର ହୋଇଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କେନ୍ଦୁଝର, ଯାଜପୁର, ଜଗତ୍‌ସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ ।

ଏନେଇ ଆଜି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା। ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବଳକା ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।ଏଥିସହ କେନ୍ଦୁଝର, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, କଟକ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ସୁନ୍ଦରଗଡ଼ ଓ ଅନୁଗୁଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଯାଏଁ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ନଯିବା ଲାଗି ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)