ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରା ପଡ଼ିଲେ କଳାହାଣ୍ଡି ଜିଲ୍ଲାର ଉପଜିଲ୍ଲାପାଳ ଧୀମାନ ଚକ୍‌ମା ।

କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମା ରବିବାର ଭିଜିଲାନ୍ସ ଜାଲରେ ଧରା ପଡ଼ିଛନ୍ତି। ଜୟପାଟଣା ଅଞ୍ଚଳର ଜଣେ କ୍ରସର ମାଲିକଙ୍କଠାରୁ ୨୦ ଲକ୍ଷ ଟଙ୍କା ଲାଞ୍ଚ ଦାବି କରି ପ୍ରଥମ କିସ୍ତି ଭାବରେ ୧୦ ଲକ୍ଷ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି। ଏହି ଲାଞ୍ଚ ଟଙ୍କାକୁ ନିଜ ସରକାରୀ ବାସଭବନରେ ନେଉଥିଲେ। ତାଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ତଲାସି ସମୟରେ ଆହୁରି ୪୭ ଲକ୍ଷ ଟଙ୍କା ନଗଦ ଜବତ କରାଯାଇଛି। ବର୍ତ୍ତମାନ ମଧ୍ୟ ଭିଜିଲାନ୍ସ ବିଭାଗ ତଦନ୍ତ ଜାରି ରଖିଛି। ଏଥିରେ ଭିଜିଲାନ୍ସ ବିଭାଗର ବରିଷ୍ଠ ଅଧିକାରୀ ସାମିଲ ଅଛନ୍ତି।

୨୦୨୧ ବ୍ୟାଚର ଆଇଏଏସ୍ ଅଫିସର ହେଉଛନ୍ତି ଧୀମାନ ଚକମା। ତାଙ୍କ ଘର ତ୍ରିପୁରା କାଞ୍ଚନପୁର ଅଞ୍ଚଳରେ। ୨୦୨୦ରେ ସେ ୟୁପିଏସସି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ। ନିଜ ପରିବାର ତଥା ହୋମ୍ ଟାଉନରୁ ସେ ପ୍ରଥମ ଯିଏ କି, ୟୁପିଏସସି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିଲେ। ନିଜ ଶେଷ ଉଦ୍ୟମରେ ସେ ୟୁପିଏସସି ପରୀକ୍ଷା କ୍ଲିୟର କରିଥିଲେ। ଧୀମାନଙ୍କ ବାପା ଜଣେ ଟିଚର ଏବଂ ମାଆ ଜଣେ ଗୃହିଣୀ। ଆଇଏଏସ୍ ହେବା ପରେ ସେ ଶିକ୍ଷା କ୍ଷେତ୍ରରେ ଅନେକ କାମ କରିବା ଲାଗି ଇଚ୍ଛା ରଖିଥିଲେ। ତେବେ ଆଜି ସେ ଭିଜିଲାନ୍ସ ଜାଲରେ ପଡିଛନ୍ତି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)