ଯାଜପୁରରେ ବ୍ୟାପୁଛି ଝାଡ଼ାବାନ୍ତି; ୫୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଦୁଇ ମୃତ୍ୟୁ

ଯାଜପୁରରେ ବ୍ୟାପୁଛି ଝାଡ଼ାବାନ୍ତି, ଦୁଇ ଦିନରେ ୫୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ । ଯୁବକ, ଶିଶୁ, ମହିଳା, ବୟସ୍କ ସବୁ ବର୍ଗର ଲୋକେ ଆକ୍ରାନ୍ତ । ଦୁଇ ମୁନିସପାଲିଟି, ଧର୍ମଶାଳା, ରସୁଲପୁର, କୋରେଇ, ଦାନଗଦିରେ ବ୍ୟାପୁଛି ଝାଡ଼ାବାନ୍ତି । କେଉଁ କାରଣ ପାଇଁ ଝାଡ଼ାବାନ୍ତି ବ୍ୟାପୁଛି ଜଣାପଡ଼ି ନାହିଁ । ଯାଜପୁର ରୋଡ୍‌ ଓ ଦାନଗଦିରେ ଦୁଇ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇ ସାରିଛି । ସମସ୍ତ ଆକ୍ରାନ୍ତ ଜିଲ୍ଲା ମୁଖ୍ୟ ଓ ଅନ୍ୟାନ୍ୟ ଚିକିତ୍ସାଳୟରେ ଭର୍ତ୍ତି । ଯାଜପୁର ରୋଡ୍ ମେଡିକାଲରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ। ଏହା ସହ ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ପ୍ରକାଶ ଚନ୍ଦ୍ର ବଳ।

ଖବର ପାଇ କୋରେଇ ବିଧାୟକ ଆକାଶ ଦାସନାୟକ, ପୂର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇ ଯାଜପୁର ରୋଡ୍ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଅନ୍ୟପଟେ ଅଚାନକ ଝାଡାବାନ୍ତିରେ ବ୍ୟାପିବା ଫଳରେ ରୋଗୀ କଲବଲ ହେଉଥିବା ବେଳେ ଅଧିକାଂଶ ହସ୍ପିଟାଲରେ ଦୟନୀୟ ସ୍ଥିତି ଦେଖିବାକୁ ମିଳିଛି। ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକୀୟ ସଂଖ୍ୟାରେ ଶଯ୍ୟା ନଥିବାରୁ ଶତାଧିକ ରୋଗୀ ତଳେ, ମେଡିକାଲ ବାରଣ୍ଡାରେ ଓ ଗଛମୂଳେ ସାଲାଇନ ଲଗାଇ ଚିକିତ୍ସିତ ହେଉଥିବା ଦେଖିବାକୁ ମିଳିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)