ବଙ୍ଗୋପସାଗରରେ ସୃଷ୍ଟି ହେଲା ୨ଟି ଲଘୁଚାପ; ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ନେଇ ସୂଚନା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏକାଥରକେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ଦକ୍ଷିଣ ଗୁଜରାଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଉତ୍ତର ପଶ୍ଚିମ ବଙ୍ଗୋସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଏହାଛଡ଼ା ପୁଣି ଥରେ ସକ୍ରିୟ ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଓଡ଼ିଶା ସମେତ ଛତିଶଗଡ଼ର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ତେଣୁ ବର୍ଷାର ପରିମାଣ ବଢିପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦେଶର ପଶ୍ଚିମ ଓ ପୂର୍ବ ଭାଗରେ ଦୁଇ ଦୁଇଟି ଲଘୁଚାପ ସୃଷ୍ଟି ହୋଇଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)