୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଜେପି ସରକାରର ବର୍ଷପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ । ୧୯ ହଜାର କୋଟିର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ ହେବ । ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ । ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ବିମାନ ବନ୍ଦରରୁ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବେ ପ୍ରଧାନମନ୍ତ୍ରୀ । କଳିଙ୍ଗ ଷ୍ଟାଡିୟମ୍‌ଠାରୁ ବିଶାଳ ରୋଡ୍‌ ସୋ’ କରିବେ । ପାଖାପାଖି ୨ ଲକ୍ଷ ଲୋକ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବେ । ବୟୋବନ୍ଦନା କାର୍ଡ ବାଣ୍ଟିବେ । ଅନ୍ତ୍ୟୋଦୟ ଘର ବଣ୍ଟନ କରିବେ। ଲକ୍ଷପତି ଦିଦିଙ୍କୁ ଭେଟିବା କାର୍ଯ୍ୟକ୍ରମ ସ୍ଥିର ହୋଇଛି । ସେଥିପାଇଁ ସମସ୍ତ ପର୍ଯ୍ୟାୟ ଶେଷ ହୋଇଛି ।

ମୋଦିଙ୍କ ଗସ୍ତ ପାଇଁ ପୋଲିସ କମିଶନର ଅଧ୍ୟକ୍ଷତାରେ ବସିଥିଲା ସମୀକ୍ଷା ବୈଠକ । ମୋଦିଙ୍କ ସୁରକ୍ଷାରେ ନିୟୋଜିତ ରହିବେ ୧୩୩ ପ୍ଲାଟୁନ ପୋଲିସ ଫୋର୍ସ । ଏହାସହ ୫୯ ଜଣ ଡିସିପି ରାଙ୍କର ଅଫିସର, ୩୩ ଜଣ ଅତିରିକ୍ତ ଡିସିପି, ୯୩ ଜଣ ଡିଏସପି, ୧୦୬ ଜଣ ଇନସପେକ୍ଟର ଏବଂ ୪୫୦ ଜଣ ଅନ୍ୟ ପୋଲିସ କର୍ମଚାରୀ ନିୟୋଜିତ ରହିବେ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)