ଆସନ୍ତା ୧୨ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ୪ ଜିଲ୍ଲାରେ ୩ ଦିନ ପ୍ରବଳ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ।
ଏହି ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଉପକୂଳ ଓ ୪ ଜିଲ୍ଲା ସଂଲଗ୍ନ ଅଞ୍ଚଳରେ ବି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ସେହି ଜିଲ୍ଲା ଗୁଡ଼ିକ ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଗଞ୍ଜାମ, ଗଜପତି, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିପାରେ । ଅନ୍ୟପକ୍ଷରେ ରାଜଧାନୀ ଭୁବନେଶ୍ୱରରେ ଗତକାଲିଠୁ ବର୍ଷା ଲାଗି ରହିଛି। ଆଜି ସକାଳୁ ପାଗ ମେଘୁଆ ରହିବା ସହ କିଛିକିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି।












Leave a Reply