ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବାକୁ ପ୍ରକ୍ରିୟା ଆରମ୍ଭ କରିଛି ଆବକାରୀ ବିଭାଗ।

ଗଞ୍ଜେଇ ମୁକ୍ତ ହେବ ଓଡ଼ିଶା । ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବାକୁ ପ୍ରକ୍ରିୟା ଆରମ୍ଭ । ନୀଳ ଜହରକୁ ମୂଳପୋଛ କରିବା ପାଇଁ ଆକ୍ସନ ମୋଡ଼ରେ ଆବକାରୀ ବିଭାଗ । ଏନେଇ ଅବକାରୀ ମନ୍ତ୍ରୀ ପଥ୍ବୀରାଜ ହରିଚନ୍ଦନଙ୍କ ସୂଚନା । “ଚଳିତ ବର୍ଷ ସର୍ବାଧିକ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ରାଜ୍ୟରେ ବିଭିନ୍ନ ସ୍ଥାନରେ ଜନଜାତିର ଲୋକଙ୍କୁ ପ୍ରଲୋଭିତ କରାଇ ଅନେକ ଜାଗାରେ ଚୋରା ଗଞ୍ଜେଇ ବ୍ୟବସାୟ କରାଯାଉଛି । ମିଛ କହି ସେମାନଙ୍କୁ ଚାଷରେ ନିୟୋଜିତ କରୁଛନ୍ତି । ସେମାନଙ୍କ ଉପରେ ସରକାରଙ୍କ ତୀକ୍ଷ୍ଣ ନଜର ରହିଛି” ବୋଲି ପଥ୍ବୀରାଜ ହରିଚନ୍ଦନ କହିଛନ୍ତି ।

ଗଞ୍ଜେଇ ଚାଷ କରୁଥିବା ଜନଜାତିଙ୍କୁ ଏହାର ବିକଳ୍ପ ଜୀବିକା କ’ଣ ହୋଇପାରିବ ତା’ ଉପରେ ଆଲୋଚନା କରି ସରକାର ସୁଯୋଗ ଦେବେ । ଗଞ୍ଜେଇ ଚାଷରୁ ନିବୃତ୍ତ ରହିବା ପାଇଁ ଲୋକଙ୍କୁ ସଚେତନ କରାଯିବ । ପୁଲିସ ବିଭାଗ ସହ ମିଶି ଏ ବିଷୟରେ ଆଲୋଚନା କରାଯାଉଛି । ସେମାନଙ୍କୁ ଗଞ୍ଜେଇ ଚାଷରୁ ନିବୃତ୍ତ କରାଇବା ଓ ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଥିବା ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)