ବନ୍ୟା ସ୍ଥିତି ପରିଦର୍ଶନ କଲେ ଉନ୍ନୟନ କମିଶନର ଅନୁ ଗର୍ଗ ।

ବନ୍ୟା ସ୍ଥିତି ସମୀକ୍ଷା କଲେ ଉନ୍ନୟନ କମିଶନର । ବାଲେଶ୍ୱର ଓ ମୟୂରଭଞ୍ଜରେ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଉଥିବାରୁ ସ୍ଥିତି ଉପରେ ନଜର ରଖାଯାଇଥିବା କହିଛନ୍ତି ଉନ୍ନୟନ କମିଶନର ଅନୁ ଗର୍ଗ । ପ୍ରବଳ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ବନ୍ୟାସ୍ଥିତି ସୃଷ୍ଟି ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଓ ଜଳକାରେ ଜଳସ୍ତର ବଢିବାରେ ଲାଗିଛି । ଏହି ତିନି ନଦୀରେ ବନ୍ୟା ସ୍ଥିତି ଅଛି । ସୁବର୍ଣ୍ଣରେଖାରେ ବିପଦ ସଂକେତ ଠାରୁ ୧.୧୬ ମିଟର ଅଧିକ ଜଳ ପ୍ରବାହିତ ହେଉଛି । ପାଣିପାଗ ବିଭାଗର ଆକଳନ ଅନୁସାରେ ମୟୁରଭଞ୍ଜ ଓ ଝାଡ଼ଖଣ୍ଡରେ ଦୁଇ ଦିନ ପାଇଁ ରେଡ ୱାର୍ଣ୍ଣି ଦିଆଯାଇଛି । ବର୍ଷା ହେଲେ ଉତ୍ତର ଓଡ଼ିଶାର ନଦୀ ଗୁଡିକରେ ଜଳସ୍ତର ଆହୁରି ବୃଦ୍ଧି ପାଇବ । ଆଗାମୀ ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ । ବାଲେଶ୍ୱରର ବନ୍ୟା ପରିସ୍ଥିତି ସମୀକ୍ଷା ପାଇଁ ଜଣେ ସର୍ବୋଚ୍ଚ ଯନ୍ତ୍ରୀ, ଜଣେ ମୁଖ୍ୟ ଯନ୍ତ୍ରୀ ଯାଇଛନ୍ତି । ବାଲେଶ୍ୱରର ସମସ୍ତ ଅଧିକାରୀଙ୍କୁ କ୍ଷେତ୍ର ପରିଦର୍ଶନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବନ୍ୟା ମୁକାବିଲା ପାଇଁ ଜଳ ସମ୍ପଦ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial