ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ । ଜାମିନ ଆବେଦନ ଶୁଣାଣୀ କରିଛନ୍ତି ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜଙ୍କ କୋର୍ଟ । ଜଗନ୍ନାଥ ପ୍ରଧାନଙ୍କ ସହ ଅନ୍ୟ ୫ ଅଭିଯୁକ୍ତ ମଧ୍ୟ କରିଥିଲେ ଜାମିନ ଆବେଦନ । ଖୋର୍ଦ୍ଧା ଜିଲ୍ଲା ଦୌରା ଜଜ୍ଙ୍କ ନିକଟରେ ସମସ୍ତେ ଆବେଦନ କରିଥିଲେ । ତେବେ ବିଏମ୍ସି ଅତିରିକ୍ତ କମିସନରଙ୍କୁ ମାଡ଼ ମାରିବା ଘଟଣାରେ ଗିରଫ ହୋଇ ଜେଲରେ ଥିଲେ ଜଗନ୍ନାଥ । ପରେ ପରେ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ରହିଥିଲେ ଜଗନ୍ନାଥ ।
ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍ଙ୍କ କୋର୍ଟରୁ ଜଗାଙ୍କୁ ମିଳିଲା ଜାମିନ । ୩୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚଲିକାରେ ଜାମିନ ମିଳିଛି । ଏନେଇ ସୂଚନା ଦେଇଛନ୍ତି ଜଗନ୍ନାଥ ପ୍ରଧାନଙ୍କ ଓକିଲ । ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଦଫା ଲଗାଇଥିଲା ପୁଲିସ । ଦଫା ୩୩୩, ୧୨୧(୧), ୧୨୧(୨), ୩୫୧(୨), ୬୨ ଓ ୩୦୪ରେ ମାମଲା ରୁଜୁ କରାଯାଇଥିଲା ।
ଗତ ଗୁରୁବାର ରାତିରେ ସମର୍ଥକଙ୍କୁ ଧରି ଡିସିପି କାର୍ଯ୍ୟାଳୟରେ ଆତ୍ମସମର୍ପଣ କରିଥିଲେ ଜଗନ୍ନାଥ ପ୍ରଧାନ । ଆତ୍ମସମର୍ପଣ କଲା ପରେ କମିସନରେଟ ପୁଲିସ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିଲା । ଆକ୍ରମଣ ପାଇଁ ଷଡ୍ଯନ୍ତ୍ର ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ କରିଥିଲା । ଏହା ପରେ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍ପିଟାଲ୍ ନେଇଥିଲା । ସେଠାରେ ଜଗନ୍ନାଥ ପ୍ରଧାନଙ୍କୁ ଦୁଇ ଜଣ ଡାକ୍ତର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ଶେଷରେ ଡାକ୍ତରଖାନାରୁ ଜଗନ୍ନାଥ ପ୍ରଧାନଙ୍କୁ କୋର୍ଟରେ ହାଜର କରାଯାଇଥିଲା । କୋର୍ଟ ତାଙ୍କର ଜାମିନକୁ ନାମଞ୍ଜୁର କରିଦେବା ପରେ ୧୪ ଦିନ ପାଇଁ ବିଚାର ବିଭାଗୀୟ ଜେଲକୁ ଯାଇଥିଲେ ଜଗନ୍ନାଥ ପ୍ରଧାନ । ତେବେ ଆଜି ତାଙ୍କୁ ବେଲ୍ ମିଳିଛି ।












Leave a Reply