ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ; ରାତି ଅଧରେ ସୂଚନା ଦେଲେ ଏମ୍ସ କର୍ତ୍ତୃପକ୍ଷ ।

ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ । ବାଲେଶ୍ୱର ଏଫଏମ୍ କଲେଜରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରୀଙ୍କ ଭୁବନେଶ୍ୱର ଏମ୍ସରେ ମୃତ୍ୟୁ ଘଟିଛି । ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଥିଲେ ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଥିଲା । ଛାତ୍ରୀଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ରହିଥିଲା । ଏହାସହ ଆଗାମୀ ୨୪ ଘଣ୍ଟା ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ୱାସ ପୂର୍ବରୁ ସୂଚନା ଦେଇଥିଲେ । ହେଲେ ବର୍ତ୍ତମାନ ଛାତ୍ରୀ ଜଣକଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ସୂଚନା ମୁତାବକ, ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଥିଲେ ଛାତ୍ରୀ । ଆତ୍ମହତ୍ୟା ଉଦ୍ୟମ କରିବା ଆଗରୁ ସମ୍ପୃକ୍ତ ଛାତ୍ରୀ କଲେଜ ଅଧ୍ୟକ୍ଷ ଦିଲ୍ଲୀପ ଘୋଷଙ୍କ ନିକଟରେ ଅଭିଯୋଗ କରିଥିଲେ । ହେଲେ କଲେଜ ଅଧ୍ୟକ୍ଷ ସମ୍ପୃକ୍ତ ଛାତ୍ରୀଙ୍କୁ ବୁଝାଇବାକୁ ଉଦ୍ୟମ କରିଥିଲେ । ତା ପରେ ଅଧ୍ୟକ୍ଷ ରୁମରୁ ବାହାରି ନିଜ ଦେହରେ ନିଆଁ ଲଗାଇଦେଇଥିଲେ ସମ୍ପୃକ୍ତ ଛାତ୍ରୀ । ଅଭିଯୋଗ ପରେ ପୁଲିସ ଉପସ୍ଥିତିରେ ପଚରାଉଚରା ବି କରାଯାଇଥିଲା । ତେବେ ଏହି ଘଟଣାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ କଲେଜ ଅଧ୍ୟକ୍ଷଙ୍କୁ ସସପେଣ୍ଡ କରାଯାଇଥିଲା ବେଳେ ଅଭିଯୁକ୍ତ ଅଧ୍ୟାପକଙ୍କୁ ଗିରଫ କରାଯାଇଥିଲା । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)