ଆସନ୍ତାକାଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ।

ଆସନ୍ତାକାଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଓଡ଼ିଶା ବନ୍ଦ ଡାକରା । ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ ଓ ବାମପନ୍ଥୀ ଦଳ। ଏନେଇ ପିସିସ ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ବାଲେଶ୍ଵର ଫକୀରମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରାଯାଇଛି । ସେ କହିଛନ୍ତି, ଆଜି ସବୁ ସହରରେ କ୍ୟାଣ୍ଡଲ ଲାଇଟ୍ ଜାଳି ଆମର ଆତ୍ମାର ସଦ୍ଗତି କାମନା କରିବେ। ଏଥିରେ ବାମପନ୍ଥୀ ଦଳ ଓ ଏନସିପି ସାମିଲ ହୋଇଛନ୍ତି । ୮ଟି ଦଳ ଏକାଠି ହୋଇଛନ୍ତି । ଶେଷରେ ନିଜ ଦଳ ଏବିଭିପିର ଝିଅ ବି ବାଦ୍ ପଡ଼ିଲାନି । ସେ ଝିଅ ପେଟ୍ରୋଲ ଆଣିଲା, ସମସ୍ତେ ଦେଖୁଥିଲେ । କେହି ପ୍ରତିବାଦ କଲେଣି । ବିଜେପି ଦଳ ଶାସନକୁ ଆସିବାପରେ କାହାରି କଥା ଶୁଣିଲେନି । ଏସରକାର ନୈତିକ ଦୃଷ୍ଟିରୁ ଶାସନରୁ ଓହରିଯିବା ଦରକାର । ଯାହାକୁ ଘୋର ବିରୋଧ କରିବୁ । ତାଙ୍କ ଦଳ ଏବିଭିପିର ଝିଅକୁ ହତ୍ୟା କରିଛନ୍ତି । ଏହାର ପ୍ରତିବାଦରେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଉଛି । ଏହି ଦିନ ସ୍କୁଲ୍, କଲେଜ, ଦୋକାନ ବଜାର ବନ୍ଦ ରହିବ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)