+୨ ନାବାଳିକା ଦେହରେ ନିଆଁ ଲଗାଇଦେବା ଘଟଣାରେ ଏକ ସ୍ପେଶାଲ ଟିମ୍‌ ଗଠନ କରାଯାଇ ତଦନ୍ତ କରାଯାଉଛି: ପୁରୀ ଏସ୍‌ପି ପିନାକ ମିଶ୍ର ।

ପୁରୀ ଜିଲ୍ଲା ପିପିଲି ବଳଙ୍ଗା ନାବାଳିକା ଦେହରେ ନିଆଁ ଲଗାଇଦେବା ଘଟଣାରେ ପୁରୀ ଏସ୍‌ପି ପିନାକ ମିଶ୍ର ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଘଟଣାସ୍ଥଳ ଦେଖିବା ପରେ ଏସ୍‌ପି ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ଏନେଇ ଏକ ସ୍ପେଶାଲ ଟିମ୍‌ ଗଠନ କରାଯାଇ ତଦନ୍ତ କରାଯାଉଛି। ଘଟଣାଟି ଅତ୍ୟନ୍ତ ସମ୍ବେଦନଶୀଳ, ସ୍ପର୍ଶକାତର। ତେଣୁ ଏହାକୁ ଗୁରୁତର ସହ ନେଇ ତଦନ୍ତ ଆରମ୍ଭ କରିଛୁ। ଉକ୍ତ ଘଟଣାରେ କାହାରିକୁ ଅଟକ କରାଯାଇନି, କେବଳ ପଚରାଉଚରା ଜାରି ରହିଛି। ଫରେନସିକ୍‌ ଟିମ୍‌ ମଧ୍ୟ ଯାଞ୍ଚ ଆରମ୍ଭ କରି ସାରିଛି। ଦହନଶୀଳ ସାମଗ୍ରୀ ବ୍ୟବହାର ହୋଇଛି, ମାତ୍ର ତାହା କ’ଣ ସ୍ପଷ୍ଟ ହୋଇନି। ଏଥିରେ କେତେଜଣ ସମ୍ପୃକ୍ତ, ପୀଡ଼ିତା ସେଠାକୁ କିପରି ଆସିଲେ ତଦନ୍ତ ଚାଲିଛି। ପୀଡ଼ିତା ଚିକିତ୍ସାଧୀନ ଥିବାରୁ ପଚରାଉଚରା ହୋଇପାରିନି। ପ୍ରମାଣ ମିଳିଲେ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପିନାକ ମିଶ୍ର କହିଛନ୍ତି।

ପୁରୀ ଜିଲା ବଳଙ୍ଗା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେବା ଘଟଣାରେ କ୍ଷୋଭ ପ୍ରକାଶ କରିବା ସହ ଏକ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଏହି ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ, ଝିଅଟିକୁ AIIMS ସ୍ଥାନାନ୍ତର କରାଯାଇଛି। ତା’ ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ। ଏଥିସହିତ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)