ରାଜ୍ୟରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ୨୪ରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ପୂର୍ବାନୁମାନ । ଏହାରି ପ୍ରଭାବରେ ୨୩ରୁ ୨୫ ଯାଏଁ ବର୍ଷା ସମ୍ଭାବନା । ଆଜି ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ। ପଶ୍ଚିମବଙ୍ଗ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ପରେ ସେହି ସ୍ଥାନରେ ୩ଦିନ ଯାଏ ରହିବ । ୨୬ ତାରିଖରେ ସ୍ଥଳଭାଗ ଛୁଇଁବ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୨ ତାରିଖ ଅପରାହ୍ନରୁ ୨୫ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ୨୪ ଓ ୨୫ ତାରିଖରେ ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ବୌଦ୍ଧ, ମେନପୁର ଓ ଫୁଲବାଣୀର କିଛି ସ୍ଥାନରେ ଭାରି ବର୍ଷା ହୋଇପାରେ । ୧୯, ୨୦, ୨୩ ଓ ୨୪ ତାରିଖରେ ରାଜ୍ୟରେ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ଅଧିକ ବୋଲି ବୋଲି ସେ ଆକଳନ କରିଛନ୍ତି । ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ମଧ୍ୟପ୍ରଦେଶ ଉପରେ ରହିଥିଲା। ଉତ୍ତର ବଙ୍ଗୋପସାଗର ଯାଏ ମୌସୁମୀ ଟ୍ରଫ୍ ଲମ୍ବିଥିଲା । ଟ୍ରଫ୍ ପ୍ରଭାବରେ ୧୯ ଓ ୨୦ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ସହିତ ଘଡ଼ଘଡ଼ି ବି ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପୂର୍ବାନୁମାନ କରିଛି ।
୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି କୁହାଯାଇଛି । ୧୯ ତାରିଖରୁ ୨୪ ତାରିଖ ଯାଏ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ରାୟଗଡ଼ା, କୋରାପୁଟ ଓ ଗଜପତିର କିଛି ସ୍ଥାନରେ ଭାରୀ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୨୦ ତାରିଖରେ ରାୟଗଡ଼ା, କୋରାପୁଟ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଗଜପତିର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ୨୧ରେ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୨ରେ ମୟୂରଭଞ୍ଜ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ରାୟଗଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।












Leave a Reply