ଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ପର୍ଯ୍ୟଟକଙ୍କୁ ସ୍ଵାଗତ କରିବା ଲାଗି ବନ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଉଛି । କୁମ୍ଭୀର ପ୍ରଜନନ ପାଇଁ ୩ ମାସ ଧରି ବନ୍ଦ ରହିଥିବା ଭିତର କନିକା । ଭିତରକନିକାରେ ପର୍ଯ୍ୟଟକମାନେ ପ୍ରକୃତିର ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ସହ ନୌବିହାରର ମଜା ଉଠାଇପାରିବେ । ଏପରିକି ସ୍କାଏ ଓ୍ୱାକରେ ଜଙ୍ଗଲରେ ଚାଲି ଚାଲି ଜଙ୍ଗଲର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ ।
ଜୈବ ବିବିଧତା ମଧ୍ୟରେ ୬୩ ପ୍ରକାର ଲୁଣି ହେନ୍ତାଳ ଗଛ, ୩୨୨ ପ୍ରକାର ପକ୍ଷୀ (ମାଛରଙ୍କା, ଗେନ୍ଦାଖିଆ,ବଣୀ, ବଗ, କାଠହଣା) ସରୀସୃପ ଅହିରାଜ, ଅଜଗର, ଗୋଖର, ତମ୍ପ ସାପ, ଘଡ଼ିଆଳ କୁମ୍ଭିର(୧୮୪୦ଟି), ସାମୁଦ୍ରିକ ଗୋଧି ଓ ସାପ, ଭେକଟି, ବାଳିଆ, ଚିତଳ, ଖଙ୍ଗା, ଈଲିଶି ମାଛ, କଙ୍କଡ଼ା, ଚିଙ୍ଗୁଡ଼ି ପ୍ରଚୁର ମିଳେ । ଏହା ବ୍ୟତିତ ହରିଣ, ସମ୍ବର, ବାରହା, ହେଟା, ବିଲୁଆ, ବଣମଇଁଷି, ଗାଈ, କୁକୁଡ଼ା ଦେଖିବାକୁ ମିଳେ । ଏହି ଉଦ୍ୟାନ ଲୁଣିପାଣିରେ ବଞ୍ଚୁଥିବା କୁମ୍ବୀର, ଭାରତୀୟ ଅଜଗର, କଳା ଆଇବିସ ଓ ଡାର୍ଟରମାନଙ୍କ ବାସସ୍ଥଳୀ । ଲକ୍ଷ ଲକ୍ଷ ଅଲିଭ ରିଡ଼ଲେ ସାମୁଦ୍ରିକ କଇଁଛ ଗହୀର ମଥା ମୁହାଣରେ ଅଣ୍ଡା ଦେଇଥାନ୍ତି । ବେଳେବେଳେ ଏଠାରେ ଇରୱାଡ଼ୀ ଡଲଫିନ ମଧ୍ୟ ଦେଖିବାକୁ ମିଳନ୍ତି ।












Leave a Reply