ଓଡ଼ିଶା ଉପକୂଳରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ସୃଷ୍ଟି, ୩୧ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ।

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ହୋଇଛି । ୨୪ ଘଣ୍ଟାରେ ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ମୁହାଁଇବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ତେବେ ୩ ତାରିଖରେ ପୁଣି ଗୋଟିଏ ଲଘୁଚାପ ସୃଷ୍ଟି ହେବ । ଏହା ବିଶେଷ ବଳୁଆ ହେବନି ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି । ପ୍ରଫେସର ପଶୁପାଳକ କହିଛନ୍ତି, ଓଡ଼ିଶା ସଂଲଗ୍ନ ବଙ୍ଗୋପସାଗରରେ ଥିବା ଲଘୁଚାପ ଶୁକ୍ରବାର ଛତିଶଗଡ଼ରେ ପହଞ୍ଚିପାରେ । ୨୮ ତାରିଖ କିଛି ସ୍ଥାନରେ ବର୍ଷା ହୋଇପାରେ । ୨୯ ତାରିଖ କେନ୍ଦ୍ରୀୟ ଓ ଉତ୍ତର ଓଡ଼ିଶାରେ ସ୍ୱଳ୍ପ ବର୍ଷା ହୋଇପାରେ । ୩୦ ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶା, ୩୧ରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପ ବର୍ଷା ହେବ ।

କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ନାହିଁ । ବୁଧବାର ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଗୁରୁବାର ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ର ବିକ୍ଷିପ୍ତ ସ୍ଥାନରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୯ ଓ ୩୦ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ । ପାରଳାଖେମୁଣ୍ଡିରେ ୧୮ମିମି, କୋରାପୁଟରେ ୧୦.୨ ଓ ଭୁବନେଶ୍ୱରରେ ୧୨.୪ ମିମି ବର୍ଷା ହୋଇଛି । ୨୪ ଘଣ୍ଟା ଭିତରେ କୋରାପୁଟରେ ୧୧୮.୪ ମିମି, ମାଲକାନଗିରିରେ ୯୦.୬, ନବରଙ୍ଗପୁରରେ ୬୪.୪, ଛତ୍ରପୁରରେ ୪୫.୪, ଦାରିଙ୍ଗିବାଡ଼ିରେ ୨୨ ଓ ରାୟଗଡ଼ାରେ ୧୭ ମିମି ବର୍ଷା ହୋଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)