ମହିଳା ସୁରକ୍ଷା କ୍ଷେତ୍ରରେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ସାତ ସହର ମଧ୍ୟରେ ସ୍ଥାନ ପାଇଛି ।

ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ମହିଳା ସୁରକ୍ଷା କ୍ଷେତ୍ରରେ ଭାରତର ଶୀର୍ଷ ସାତ ସହର ମଧ୍ୟରେ ସ୍ଥାନ ପାଇଛି । ୨୦୨୫ ଜାତୀୟ ମହିଳା ସୁରକ୍ଷା ରିପୋର୍ଟ ଓ ସୂଚକାଙ୍କ ଅନୁଯାୟୀ, ଅନେକ ଅନ୍ୟ ସହରାଞ୍ଚଳ ତୁଳନାରେ ଭୁବନେଶ୍ୱରରେ ମହିଳାମାନେ ନିଜକୁ ଅଧିକ ସୁରକ୍ଷିତ ଅନୁଭବ କରୁଛନ୍ତି ।ଭୁବନେଶ୍ୱର ସହିତ ମୁମ୍ବାଇ, କୋହିମା, ବିଶାଖାପାଟଣାମ୍, ଆଇଜୋଲ, ଗ୍ୟାଙ୍ଗଟକ୍ ଓ ଇଟାନଗରକୁ ମହିଳାଙ୍କ ପାଇଁ ସବୁଠାରୁ ସୁରକ୍ଷିତ ସହର ଭାବେ ରିପୋର୍ଟରେ ଉଲ୍ଲେଖ କରାଯାଇଛି । ଗ୍ରୁପ୍ ଅଫ୍ ଇଣ୍ଟେଲେକ୍ଚୁଆଲ୍ସ ଆଣ୍ଡ ଆକାଡେମିସିଆନ୍ସ ଦ୍ୱାରା ପ୍ରକାଶିତ ଏହି ରିପୋର୍ଟକୁ ଆଜି ଜାତୀୟ ମହିଳା ଆୟୋଗ (ଏନସିଡବ୍ଲୁ)ର ଅଧ୍ୟକ୍ଷଙ୍କ ଦ୍ୱାରା ଉନ୍ମୋଚନ କରାଯାଇଛି ।

ଅନ୍ୟପକ୍ଷରେ, ରାଞ୍ଚି, ଶ୍ରୀନଗର, କୋଲକାତା, ଦିଲ୍ଲୀ, ଫରିଦାବାଦ, ପାଟଣା ଓ ଜୟପୁରକୁ ମହିଳା ସୁରକ୍ଷାରେ ନିମ୍ନ ସ୍ଥାନ ମିଳିଛି । ନାରୀ ୨୦୨୫ ରିପୋର୍ଟ ଅନୁଯାୟୀ, ଏହି ସହରଗୁଡ଼ିକରେ ଦୁର୍ବଳ ଭିତ୍ତିଭୂମି, ପିତୃସତ୍ତାକ ମନୋଭାବ ଓ ଅପର୍ଯ୍ୟାପ୍ତ ପ୍ରାତିଷ୍ଠାନିକ ପ୍ରତିକ୍ରିୟା ମୁଖ୍ୟ କାରଣ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial