ଦାନା ବାନ୍ଧୁଛି ଲଘୁଚାପ । ଆସନ୍ତାକାଲି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପ୍ରଭାବରେ ଆଜିଠୁ ରାଜ୍ୟରେ ବଡ଼ ବର୍ଷା ଆକଳନ କରାଯାଇଛି । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ କେନ୍ଦ୍ର ଆକଳନ କରିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ଗଜପତି, ବଲାଙ୍ଗିର ଏବଂ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ତେବେ ଆସନ୍ତା ୨ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି। ଏହା ପ୍ରଭାବରେ ୩ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମେଘୁଆ ପାଗ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ। ତେଣୁ ସୁରକ୍ଷା ଦୃଷ୍ଟିରୁ ସେପ୍ଟେମ୍ବର ୨ରୁ ୪ ତାରିଖ ମଧ୍ୟରେ ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୨୪ଘଣ୍ଟାରେ ସାରା ରାଜ୍ୟରେ ହାଲୁକାରୁ ମାଧ୍ୟମରେ ଧରଣର ବର୍ଷା ହେବା ସହ ଆଉ କିଛି ଜିଲାରେ ପ୍ରବଳ ବର୍ଷା ହେବ। ସୋମବାର କଳାହାଣ୍ଡି, କନ୍ଧମାଳ, କୋରାପୁଟ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତ୍ସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ ଜିଲାରେ ବର୍ଷା ସହ ପବନ ବହିବ। ଏଥିସହ ସ୍ଥାନେ ସ୍ଥାନେ ବିଜୁଳି ଘଡ଼ଘଡ଼ି ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର। ସେହିପରି କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଜିଲା କିଛି ସ୍ଥାନରେ ବିଜୁଳି ଓ ଘଡଘଡି ସହିତ ଘଣ୍ଟାପ୍ରତି ୩୦-୪୦ କି.ମି. ବେଗରେ ବହିବା ସହିତ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।












Leave a Reply