ବର୍ଷା ଓ ଘଡ଼ଘଡ଼ି ସହ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଲଘୁଚାପ ଜନିତ ବର୍ଷା ସାରା ରାଜ୍ୟରେ ଚାଲିଥିବା ବେଳେ ୬ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ସୁନ୍ଦରଗଡ଼, ନବରଙ୍ଗପୁର, ବରଗଡ଼, ବଲାଙ୍ଗୀର, କୋରାପୁଟ ଓ ନୂଆପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ସହ ଝଟକା ପବନ (୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେପଟେ ଭଟ୍ଟାରିକାଙ୍କ ମନ୍ଦିର ଛୁଇଁଛି ମହାନଦୀର ବନ୍ୟାଜଳ । କଟକ ବଡ଼ମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିରରେ ପଶିଛି ମହାନଦୀର ବନ୍ୟାଜଳ । ହୀରାକୁଦ ଜଳଭଣ୍ଡାରର ଗେଟ୍ ଖୋଲାଯାଇଥିବାରୁ ମନ୍ଦିର ବେଢାରେ ବନ୍ୟାଜଳ ପ୍ରବେଶ କରିଛି । ବନ୍ୟାଜଳ ଯଦିଓ ମା’ଙ୍କ ମନ୍ଦିରକୁ ଛୁଇଁଛି ତଥାପି ମାଙ୍କୁ ଜଳାଶାୟୀ କରିପାରିନି । ଗତକାଲି ଠାରୁ ବନ୍ୟାଜଳ ବଢିବାରେ ଲାଗିଛି । ଯଦି ମନ୍ଦିରରେ ବନ୍ୟାଜଳ ପ୍ରବେଶ କରେ ତେବେ ମାଙ୍କ ମନ୍ଦିର ପାଖରେ ଥିବା ରୋଷ ଘରକୁ ମାଙ୍କୁ ସ୍ଥାନାନ୍ତର କରାଯିବ । ସେଥିପାଇଁ ସେବାୟତ ସଜାଗ ଥିବାବେଳେ ବଡମ୍ବା ଦେବୋତ୍ତର ବିଭାଗ ମଧ୍ୟ ସଜାଗ ରହିଛି । ମନ୍ଦିରରେ ମାଆଙ୍କର ପୂଜା ରୀତିରେ ଯେମିତି କୌଣସି ବ୍ୟାଘାତ ନଘଟେ ସେଥିପ୍ରତି ବଡମ୍ବା ଦେବୋତ୍ତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)