ରାଜେନ୍ଦ୍ର ଢୋଲକିୟାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆପଡ଼ା ବିଧାୟକଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିୟାଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।


ଏଠାରେ ଉଲ୍ଲେଖଯୋଗ୍ୟ ଯେ, ରାଜେନ୍ଦ୍ର ନୂଆପଡ଼ା ବିଧାନସଭା ଆସନରୁ ୨୦୦୪ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ି ନିର୍ବାଚିତ ହୋଇଥିଲେ। ୨୦୦୯ ମସିହାରେ ବିଜେଡି ପ୍ରାର୍ଥୀ ହୋଇ ପୁଣି ନିର୍ବାଚିତ ହୋଇଥିଲେ। ୨୦୧୪ରେ ତାଙ୍କ ବିଜୟଧାରାରେ ବ୍ରେକ୍ ଲାଗିଥିଲା। ୨୦୧୪ରେ ରାଜେନ୍ଦ୍ର ଢୋଲକିଆଙ୍କୁ ପରାଜିତ କରି ବରିଷ୍ଠ ବିଜେପି ନେତା ବସନ୍ତ ପଣ୍ଡା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ଅବଶ୍ୟ ପୁଣି ବିଜେଡି ଟିକେଟରେ ନିର୍ବାଚିତ ହୋଇ ରାଜ୍ୟ ସରକାରଙ୍କ ଯୋଜନା ଓ ସଂଯୋଜନା ବିଭାଗର କ୍ୟାବିନେଟ୍‌ ମନ୍ତ୍ରୀ ହୋଇଥିଲେ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)