ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି । ଆଶ୍ୱିନ ମାସ କୃଷ୍ଣ ପକ୍ଷ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହୋଇଥାଏ । ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହମାନଙ୍କ ଶୃଙ୍ଗାର କରିବେ । ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ । ଏଥିପାଇଁ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି ।
ଗୁରୁବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୫ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ। ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ । ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।












Leave a Reply