ଭୁବନେଶ୍ୱରରେ ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋଶାଳା । ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ରାଜଧାନୀର ବୁଲା ଗୋରୁଙ୍କୁ ସେଠାରେ ରଖାଯିବ, ଜମି ଚିହ୍ନଟ ସରିଛି । ଗୋରୁଙ୍କ ଗୋବର, ମୂତ୍ରରୁ ବିଭିନ୍ନ ପ୍ରଡକ୍ଟ ବାହାର କରାଯିବ । ସହରାଞ୍ଚଳ ରାଜରାସ୍ତାରୁ ଗୋରୁଙ୍କୁ ହଟାଇବା ପାଇଁ ୫ଟି ସ୍ଥାନରେ ଗୋଶାଳା ହେଉଛି । ସରକାର ଏନେଇ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଏହା ପୂର୍ବରୁ ରଜ୍ୟର ବିଭିନ୍ନ ସ୍ଥାନରେ ଗୋଶାଳା ନିର୍ମାଣ ଆରମ୍ଭ ହୋଇଛି । ସେହିପରି ସହରାଞ୍ଚଳ ଗୁଡିକରେ ରାଜରାସ୍ତାରୁ ଗାଈଗୋରୁଙ୍କୁ ହଟାଇବା ପାଇଁ ୫ଟି ସ୍ଥାନରେ ଗୋଶାଳା କରାଯାଉଛି । ରାସ୍ତାରେ ଦୁର୍ଘଟଣା ଉଭୟ ଲୋକ ଏବଂ ଗାଈ ଗୋରୁ ଆଘାତ ପାଇ ପ୍ରାଣ ହରାଉଛନ୍ତି । ସରକାର ଏନେଇ ସମ୍ବେଦନଶୀଳ ଅଛନ୍ତି ବୋଲି କହିଛନ୍ତି ନଗର ଉନ୍ନୟନମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।
ଭୁବନେଶ୍ୱରରେ ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋଶାଳା: ନଗର ଉନ୍ନୟନମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।












Leave a Reply