ଆଜି ଭୁବନେଶ୍ୱରରେ ନିଯୁକ୍ତି ମେଳା ଅନୁଷ୍ଠିତ; ୧ହଜାର ୬୮୬ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ।

ଆଜି ଭୁବନେଶ୍ୱରରେ ବିରାଟ ନିଯୁକ୍ତି ମେଳା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାଣ୍ଟିବେ ନିଯୁକ୍ତି ପତ୍ର । ନୂଆ କରି ଚୟନ କରାଯାଇଥିବା ୭ଟି ବିଭାଗର ୧ ହଜାର ୬୮୬ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦିଆଯିବ । କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ୩୪, ଅର୍ଥ ବିଭାଗର ୬୧, ଜଳସମ୍ପଦ ବିଭାଗର ୪୧୩, ଆଇନ ବିଭାଗର ୩୭, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ୨୩, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ୯୮୨ ଓ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗର ୧୩୬ ଜଣଙ୍କୁ ମିଳିବ ନିଯୁକ୍ତି ପତ୍ର । ସେପଟେ ୨୭ଟି ନୂଆ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହେବ । ଯାହା ୫୧ହଜାର ୮୨୬ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ଏଥିରେ ୨୫ ହଜାର ୩୮୦କୋଟି ଟଙ୍କାର ପୁଞ୍ଜିନିବେଶ ରହିଛି । ଓୟୁଏଟିରେ ହେବାକୁ ଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଶିଳ୍ପ, ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ୱାଇଁ । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)