ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୭ଟି ନୂଆ ଶିଳ୍ପ ପ୍ରକଳ୍ପର ଭିଭିପ୍ରସ୍ତର ସ୍ଥାପନ କରିବେ । ଏହି ଶିଳ୍ପ ପ୍ରତିଷ୍ଠା ବାବଦରେ ୨୫ ହଜାର ୩୮୦ କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ । ଯାହା ଦ୍ୱାରା ରାଜ୍ୟରେ ପାଖାପାଖି ୫୨ ହଜାର ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୭ଟି ନୂଆ ଶିଳ୍ପ ପ୍ରକଳ୍ପର ଭିଭିପ୍ରସ୍ତର ସ୍ଥାପନ କରିବେ । ଆଜି ଓୟୁଏଟି କୃଷି ଶିକ୍ଷା ସଦନରେ ଅନୁଷ୍ଠିତ ହେବାକୁ ଥିବା ଏହି ଶିଳ୍ପ ପ୍ରକଳ୍ପର ଭିଭିପ୍ରସ୍ତର ସ୍ଥାପନ ଉତ୍ସବରେ ମୁଖ୍ୟମନ୍ତ୍ରୀ ଓ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ ଯୋଗ ଦେବେ । ଏହି ଶିଳ୍ପ ପ୍ରକଳ୍ପଗୁଡ଼ିକ ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରତିଷ୍ଠା ହେବ । ଝାରସୁଗୁଡ଼ା, ଗଞ୍ଜାମ, ଖୋର୍ଦ୍ଧା, କୋରାପୁଟ, ଅନୁଗୁଳ, ସୁନ୍ଦରଗଡ଼, ଭଦ୍ରକ, ପୁରୀ, କଟକ ଏବଂ ସମ୍ବଲପୁର ଜିଲ୍ଲାରେ ସ୍ଥାପନ ହେବ ।
୨୭ଟି ନୂଆ ଶିଳ୍ପ ପ୍ରକଳ୍ପର ଭିଭିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।












Leave a Reply