ରାଜ୍ୟରେ ଆହୁରି ୩ଦିନ ଯାଏଁ ବର୍ଷା; ବିଜୁଳି ଘଡ଼ଘଡ଼ି ନେଇ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟରେ ଆହୁରି ୩ ଦିନ ବର୍ଷିବ । ରାଜ୍ୟରେ ମୌସୁମିଜନିତ ବର୍ଷା ଜାରି ରହିଛି । ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହେଉଥିବା ବେଳେ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ ବେଗରେ ପବନ ବହିବା ସମ୍ଭାବନା ରହିଛି । ରାଜଧାନୀ ଭୁବନେଶ୍ୱରରେ ସକାଳୁ ମେଘୁଆ ପାଗ ରହିଛି । ଆଜି ବିଜୁଳି ଘଡ଼ଘଡ଼ି ପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଟ୍ରପଲାଇନ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ କିଛି କିଛି ସ୍ଥାନରେ ବର୍ଷା ଜାରି ରହିଛି । ଆଜିଠୁ 4ଦିନ ଯାଏଁ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷ କରି ଉତ୍ତର ଓ ଉପକୂଳ ଓଡି଼ଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ଆଜି ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର 20 ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଆଜି ଗଞ୍ଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂପୁର, କେନ୍ଦ୍ରାପଡା, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଦେଓଗଡ, ସମ୍ବଲପୁର, ଝାରସୁଗୁଡା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ହେବା ସମ୍ଭାବନା ରହିଛି । ଏହି ସମୟରେ 30ରୁ 40 କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ଆସନ୍ତାକାଲି ଉପକୂଳ ଓ ଉତ୍ତର ଓଡ଼ିଶାର 14 ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷର ସମ୍ଭାବନା ରହିଛି । ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ସହ ବିଜୁଳି ହେବାର ସମ୍ଭାବନା ରହିଥିବାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ପବନର ବେଗ 30ରୁ 40 କିମି ବହିବ । ଆସନ୍ତା 18 ତାରିଖରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ନୟାଗଡ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହି ସମୟରେ ପବନର ବେଗ 30ରୁ 40 କିମି ରହିବ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)