କାଶୀପୁର ଫରେଷ୍ଟ ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଟିମ୍ ର ଚଢ଼ାଉ ।

ରାୟଗଡ଼ା ଜିଲ୍ଲା କାଶୀପୁର ଫରେଷ୍ଟ ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ସରକାରୀ ବାସଭବନ ଓ ଅଫିସରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିବା ଜଣାପଡ଼ିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ଚଢ଼ାଉ କରିଛି I ବହୁଦିନ ହେଲା ଭିଜିଲାନ୍ସ ସ୍କାନରରେ ଏହି ବନବିଭାଗ ଅଧିକାରୀ ରହିଥିଲେ I

ଆଜି ଭୋର୍ ପ୍ରାୟ ୪ଟା ସମୟରୁ ଚଢ଼ାଉ ଆରମ୍ଭ ହୋଇଥିବା ଜଣାପଡ଼ିଛି I ଏକାସାଙ୍ଗେ ୯ ଟି ସ୍ଥାନରେ ଚଢ଼ାଉ ଚାଲିଥିବା ସୂଚନା ରହିଛି। ଜୟପୁର ଭିଜିଲାନ୍ସ ଟିମ୍ ଏହି ଚଢ଼ାଉ କରୁଥିବା ବେ‌ଳେ ସମ୍ପତ୍ତି ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିନାହିଁ I ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)