ବିଶିଷ୍ଟ ଆଦିବାସୀ ନେତା ତଥା ପୂର୍ବତନ ବିଧାୟକ ଜର୍ଜ୍ ତିର୍କୀଙ୍କ ପରଲୋକ। ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ଶୁକ୍ରବାର ମଧ୍ୟରାତ୍ରରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ପ୍ରାୟ ୩ ମାସ ହେଲା ସେ ଗୁରୁତର ଅସୁସ୍ଥ ଥିଲେ। ଶୁକ୍ରବାର ଅପରାହ୍ନଣରେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ସ୍ବାସ୍ଥ୍ୟାବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ଅଣାଯାଇଥିଲା।
ଆଜି ତାଙ୍କ ନିଜ ଗାଁ ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଝୁନମୁର ଠାରେ ଶେଷକୃତ୍ୟ ସମ୍ପନ୍ନ ହେବ। ଛାତ୍ରଜୀବନରୁ ରାଜନୀତିରେ ସାମିଲ ହୋଇଥିଲେ ଜର୍ଜ ତିର୍କୀ। ବୀରମିତ୍ରପୁର ନିର୍ବାଚନମଣ୍ଡଳୀରୁ ସେ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚରୁ ୨ ଥର, ସ୍ବାଧୀନ ଭାବେ ଥରେ ଓ ସମତାକ୍ରାନ୍ତି ଦଳରୁ ଥରେ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।












Leave a Reply