ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ୨୬ରେ ଅବପାତରେ ପରିଣତ ସମ୍ଭାବନା ।

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ।ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶାରେ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୨୫ ତାରିଖ ପାଖାପାଖି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ୨୬ରେ ଅବପାତରେ ପରିଣତ ହେବାର ଅଧିକ ସମ୍ଭାବନା । ଏହାପରେ ରାଜ୍ୟରେ ବଢିପାରେ ବର୍ଷାର ପରିମାଣ ।

ଆଜି ପ୍ରବଳ ବର୍ଷା ନେଇ ୨୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କେନ୍ଦୁଝର ଓ ମୟୂରଭଞ୍ଜରେ ଅତି ପ୍ରବଳ ବର୍ଷା ହେବା ନେଇ ଜାରି ହୋଇଛି ଅରେଞ୍ଜ ଆଲର୍ଟ । ଆସନ୍ତା ସେପ୍ଟେମ୍ବର ୨୬ ତାରିଖ ଯାଏଁ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଲଘୁଚାପ ପ୍ରଭାବରେ ବର୍ଷା ନ ଛାଡ଼ୁଣୁ ଆସନ୍ତା ୨୫ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଅକ୍ଟୋବର ୧ ଓ ୨ ତାରିଖରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି । ବର୍ଷା ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)