ପଛକୁ ପଛ ଦାନା ବାନ୍ଧୁଛି ଦୁଇଟି ଲଘୁଚାପ; ୫ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ।

ଦିନକ ପରେ ଲଘୁଚାପ, ପ୍ରବଳ ବର୍ଷିବ । ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଥିବାବେଳେ ତା ପଛକୁ ଦାନା ବାନ୍ଧୁଛି ଆଉ ଗୋଟିଏ ଲଘୁଚାପ । ଏହା ୨୫ ତାରିଖରେ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସମ୍ଭାବ୍ୟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ଏହାଦ୍ବାରା ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ୨୬ ତାରିଖ ବେଳକୁ ଉତ୍ତରପଶ୍ଚିମ ଓ ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରର ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ଉପକୂଳରେ ଅବପାତରେ ପରିଣତ ହେବ । ଏହା ୨୭ ତାରିଖ ଦିନ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳକୁ ଅତିକ୍ରମ କରିବ । ପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସତର୍କ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)