ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ଜଳଭଣ୍ଡାର ପାଣି; ପ୍ରାୟ ୫ଲକ୍ଷ ୩୦ହଜାର ୬୩୮ କ୍ୟୁସେକ ବନ୍ୟାଜଳ ମୁଣ୍ଡଳୀ ଦେଇ ପ୍ରବାହିତ ।

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ଜଳଭଣ୍ଡାର ପାଣି । ସକାଳ ୭ଟା ସୁଦ୍ଧା ମୁଣ୍ଡଳୀ ଦେଇ ୫ଲକ୍ଷ ୩୦ହଜାର ୬୩୮ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି । ଧିରେ ଧିରେ ଜଳସ୍ତର ବୃଦ୍ଧି ହେବାରେ ମଧ୍ୟ ଲାଗିଛି । ମୁଣ୍ଡଳୀ ମହାନଦୀ ଉପର ମୁଣ୍ଡରେ ୮୮.୨୦ ଫୁଟ୍ ଏବଂ ତଳ ମୁଣ୍ଡରେ ୮୫.୭୦ ଫୁଟ ଜଳସ୍ତର ରହିଛି । ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କ ସୂଚନା ମୁତାବକ, ଜଳସ୍ତର ବୃଦ୍ଧି ପାଇଲେ ତଳିଆ ଅଞ୍ଚଳ କାଠଯୋଡି, କୁଆଖାଇ, ଦୟା ଆଦି ଅନେକ ନଦୀ କୂଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ଉପୁଜିପାରେ ।

ସେପଟେ ଉପରମୁଣ୍ଡରେ ବର୍ଷା ବଢ଼ିବା ଫଳରେ ହୀରାକୁଦରୁ ମୋଟ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି । ୩ଲକ୍ଷ ୬୦ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି । ସମ୍ଭାବ୍ୟ ବର୍ଷା ଓ ବନ୍ୟା ସ୍ଥିତିର ମୁକାବିଲା ଲାଗି ଆଜି ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୧୮ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ସମ୍ଭାବ୍ୟ ବର୍ଷା ଓ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତି ସମ୍ବନ୍ଧରେ ଆଲୋଚନା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ଆବଶ୍ୟକ ପଡ଼ିଲେ ଅଗ୍ନିଶମ ସେବା ଓ ଓଡ୍ରାଫ ଟିମଗୁଡ଼ିକୁ ନିୟୋଜିତ କରିବାକୁ କୁହାଯାଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)