ଆସନ୍ତା ୩ ଦିନ ରାଜ୍ୟରେ ପଶ୍ଚିମ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ସେହିଭଳି ୮, ୯ ଓ ୧୦ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଆକଳନ କରାଯାଇଛି । ସୋମବାର ପାରାଦୀପରେ ସର୍ବାଧିକ ୭୦ମିମି ବର୍ଷା ହୋଇଛି ।
ଆଇଏମ୍ଡି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲା ପାଇଁ ୬, ୭ ଓ ୮ ଅକ୍ଟୋବର ପାଇଁ ୟେଲୋ ୱାର୍ଣ୍ଣଂ ଜାରି କରିଛି । ଏହି ଜିଲାଗୁଡ଼ିକରେ ଝଡ଼ବର୍ଷା, ବିଜୁଳି ଓ ୩୦-୪୦ କିମି ବେଗରେ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି । ୯ ଓ ୧୦ ଅକ୍ଟୋବରରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ସମାନ ପାଗ ହେବ । ୯ ଅକ୍ଟୋବର ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ଜାରି ରହିବ, ଏବଂ ପରବର୍ତ୍ତୀ ୬ ଦିନ ପାଇଁ ଉପକୂଳ ଓଡ଼ିଶା ସହ କାଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ବର୍ଷା ହେବ । ୧୦ରୁ ୧୬ ଅକ୍ଟୋବର ମଧ୍ୟରେ ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ଶୁଷ୍କ ପାଗ ରହିବ । ତେବେ, ୯ ଅକ୍ଟୋବର ପାଖାପାଖି ଉତ୍ତର ବଙ୍ଗୋପସାଗରରେ ଏକ ନୂଆ ଘୂର୍ଣ୍ଣିବଳୟ ବା ଲଘୁଚାପ ସୃଷ୍ଟି ହେବାର ପୂର୍ବାନୁମାନ ରହିଛି, ଯାହା ପୁନର୍ବାର ରାଜ୍ୟରେ ପ୍ରବଳ ବର୍ଷା ଆଣିପାରେ ।












Leave a Reply