ଅକ୍ଷର ବ୍ୟୁରୋ: ଆଜି ରାଜ୍ୟ ବିଜେପିର କୋର୍ କମିଟି ବୈଠକ । ରାଜ୍ୟ ବିଜେପି ସଭାପତିଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ରାଜ୍ୟ କାର୍ଯ୍ୟାଳୟରେ ଉପସ୍ଥିତ ରହିବେ କୋର୍ କମିଟି ସଦସ୍ୟ । ନୂଆପଡା ଉପନିର୍ବାଚନ ନେଇ ହୋଇପାରେ ଆଲୋଚନା । ନୂଆପଡ଼ା ପାଇଁ ପ୍ରାର୍ଥୀଙ୍କ ନାଁ ପଠାଇପାରେ ରାଜ୍ୟ ବିଜେପି । ଏହା ପରେ ବିଜେପି ପାର୍ଲାମେଣ୍ଟାରୀ ବୋର୍ଡର ବାଜିବ ମୋହର । ବିଜେପିରେ ସାମିଲ ହେବାପରେ ଜୟ ଢୋଲକିଆ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଦଳ ଯାହା ଦାୟିତ୍ୱ ଦେବ ତାହାକୁ ପାଳନ କରିବି । ରାଜ୍ୟରେ ଚାଲିଥିବା ବିକାଶ ଧାରାରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛି । ବାପାଙ୍କ ଅଧୂରା ସ୍ୱପ୍ନ ପୂରଣ ଓ ସମାଜ ସେବା କ୍ଷେତ୍ରରେ କାର୍ଯ୍ୟ କରିବି ।
ପୂର୍ବତନ ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଭାଜପାରେ ଯୋଗ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦଳୀୟ ଉତ୍ତରୀୟ ଏବଂ ଟୋପି ପିନ୍ଧାଇ ଜୟଙ୍କୁ ସ୍ୱାଗତ କରିଛନ୍ତି । ନୂଆପଡ଼ା ଉପନିର୍ବାଚନରେ ଜୟ ବିଜେପି ପ୍ରାର୍ଥୀ ହେବା ସମ୍ଭାବନା ଥିବା ରାଜନୈତିକ ମହଲରେ ଜୋର୍ଦାର୍ ଚର୍ଚ୍ଚା ହେଉଛି । ନୂଆଦିଲ୍ଲୀରେ ଭାଜପାର କେନ୍ଦ୍ରୀୟ ନେତୃତ୍ୱଙ୍କୁ ମଧ୍ୟ ଦେଖା କରିଥିଲେ ଜୟ ।












Leave a Reply