ନୂଆପଡ଼ା ଉପ-ନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ।

ଅକ୍ଷର ବ୍ୟୁରୋ: ନୂଆପଡ଼ା ଉପ-ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ । ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଦାସଙ୍କ ଉପସ୍ଥିତିରେ ଘାସିରାମ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ତେବେ ନୂଆପଡ଼ାରେ ଏଥର ଘାସିରାମଙ୍କୁ ପ୍ରାର୍ଥୀ କରି ଉପ-ନିର୍ବାଚନ ଅଙ୍କ କଷୁଛି କଂଗ୍ରେସ । ଆଉ ଏହାରି ଭିତରେ ଘାସିରାମ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଉପ-ନିର୍ବାଚନ ପାଇଁ ଏବେ କଂଗ୍ରେସ ଆଉ ବିଜେପି ନିଜର ପ୍ରାର୍ଥୀ ଘୋଷଣା କରିସାରିଛନ୍ତି । କଂଗ୍ରେସ ନିଜର ପୁରୁଖା ନେତା ଘାସିରାମଙ୍କୁ ପ୍ରାର୍ଥୀ କରିଥିବାବେଳେ, ବିଜେପି ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି । ଅନ୍ୟପଟେ ବିଜେଡି କାହାକୁ ପ୍ରାର୍ଥୀ କରିବ ସେନେଇ ଏବେ ବି ବିଚାରବିମର୍ଶ ଲାଗି ରହିଛି । ଆଜି ଆଶାୟୀ ପ୍ରାର୍ଥୀଙ୍କୁ ନବୀନ ନିବାସକୁ ଡକରା ହୋଇଥିବାବେଳେ, ସେଠାରେ ବିଜେଡି ନେତାଙ୍କ ସହ ଆଲୋଚନା ଚାଲିଛି । କୁହାଯାଉଛି ଆଜି ସନ୍ଧ୍ୟା ସୁଦ୍ଧା ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିପାରେ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)