ନୂଆପଡ଼ା ଉପନିର୍ବାଚନ ଲାଗି ନାମାଙ୍କନ ଭରିଲେ ଦୁଇ ଦଳର ପ୍ରାର୍ଥୀ ।

ଅକ୍ଷର ବ୍ୟୁରୋ: ନୂଆପଡ଼ା ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଆଜି ନିଜ ସମର୍ଥକମାନଙ୍କ ସହ ଆସି ନାମାଙ୍କନ ଭରିଛନ୍ତି । ସେ ଦୁଇଟି ସେଟ୍ ଦାଖଲ କରିଛନ୍ତି । ଏଣେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ମଧ୍ୟ ନାମାଙ୍କନ ଭରିଛନ୍ତି । ଏହି ଅବସରରେ ପିସିସି ସଭାପତି ଭକ୍ତ ଚରଣ ଦାସ ଓ ବରିଷ୍ଠ ସଦସ୍ୟ ସୁରେଶ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ । ଏଣେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ମଧ୍ୟ ନାମାଙ୍କନ ଭରିଛନ୍ତି । ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ନଭେମ୍ବର ୧୧ ତାରିଖ ଦିନ ନୂଆପଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବ । ଏହାକୁ ନେଇ ନୂଆପଡା ଚଳଚଞ୍ଚଳ ହୋଇଯାଇଛି । ପ୍ରଥମ ଦଳ ଭାବେ କଂଗ୍ରେସ ଉପନିର୍ବାଚନ ପାଇଁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା ।

ଅନ୍ୟପଟେ, ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ଆସି ବିଜେପି ପ୍ରାର୍ଥୀ ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ତାଙ୍କ ସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, କଳାହାଣ୍ଡି ସାଂସଦ ମାଳବିକା ଦେଓ, ପୂର୍ବତନ ରାଜ୍ୟ ବିଜେପି ସଭାପତି ତଥା ପୂର୍ବତନ ଲୋକସଭା ସଦସ୍ୟ ବସନ୍ତ ପଣ୍ଡା ଓ ତାଙ୍କ ପୁତ୍ର ଅଭିନନ୍ଦନ ପଣ୍ଡା ପ୍ରମୁଖଙ୍କ ସମେତ କେତେକ ମନ୍ତ୍ରୀ, ବିଧାୟକ ଓ ନେତାମାନଙ୍କୁ ଶୋଭାଯାତ୍ରାରେ ଦେଖିବାକୁ ମିଳିଥିଲା ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)