ଦୁଇ ଦୁଇଟି ଲଘୁଚାପକୁ ନେଇ ବାତ୍ୟା ଆଶଙ୍କା; ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେଇ ନେବ ଅବପାତର ରୂପ ।

ଅକ୍ଷର ବ୍ୟୁରୋ: ଶୀତୁଆ ସକାଳକୁ ଅପେକ୍ଷା କରିଥିବା ଓଡ଼ିଶାବାସୀ ଏବେ ଦୁଇ ଦୁଇଟି ଲଘୁଚାପର ସମ୍ମୁଖୀନ ହେବେ । ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜ୍ୟରୁ ବିଦାୟ ନେଇସାରିଥିଲେ ବି ଆହୁରି ସପ୍ତାହେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଉଭୟ ଲଘୁଚାପ ମିଶି ବାତ୍ୟା ଆଶଙ୍କା ସୃଷ୍ଟି କରୁଥିବା ବେଳେ ଏଯାଏଁ ପାଣିପାଗ ବିଜ୍ଞାନୀମାନେ ବାତ୍ୟାକୁ ନେଇ କୌଣସି ଆକଳନ କରିନାହାନ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ଆଜି ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଘନୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବ ।

ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଉତ୍ତର ତାମିଲନାଡୁ, ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଗତି କରିବ ଏବଂ ଅଧିକ ଘନୀଭୂତ ହେବ । ତେବେ ଏହା କେତେ ଘନୀଭୂତ ହେବ ଓ କେଉଁ ରୂପ ନେବ ସେନେଇ ଭାରତୀୟ ପାଣିପାଗ ବିଭାଗ ଆଇଏମ୍‌ଡି କୌଣସି ସ୍ପଷ୍ଟ ଚିତ୍ର ଦେଇନାହିଁ । ଏହି ଅବପାତ ଯୋଗୁଁ ଉପକୂଳ ଓ ଦକ୍ଷିଣ ଓଡିଶାରେ ୨୫ ତାରିଖ ପର୍ଯ୍ୟନ୍ତ ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆସନ୍ତା ୨୬ କିମ୍ବା ୨୭ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବିଶିଷ୍ଟ ପାଣିପାଗ ବିଶେଷଜ୍ଞ ଶରତ ସାହୁ । ଏଥିସହ ଆସନ୍ତା ୨୯ କିମ୍ବା ୩୦ ତାରିଖ ବେଳକୁ ବଙ୍ଗୋପସାଗରରେ ତୃତୀୟ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଆକଳନ କରାଯାଉଛି । ତେବେ ବର୍ତ୍ତମାନ ସୃଷ୍ଟି ହୋଇଥିବା ଲଘୁଚାପ ବେଶୀ ଘନୀଭୂତ ହୋଇନପାରେ । ଏ ପର୍ଯ୍ୟନ୍ତ ବାତ୍ୟା ନେଇ କୌଣସି ସମ୍ଭାବନା ନଥିବା କହିଛନ୍ତି ପାଣିପାଗ ବିଶେଷଜ୍ଞ । ତଥାପି ଦକ୍ଷିଣ ଓଡ଼ିଶା ଜିଲ୍ଲାଗୁଡ଼ିକରେ ଅଧିକ ବର୍ଷା ହେବା ନେଇ ଆକଳନ କରାଯାଇଛି । ପ୍ରଥମ ଲଘୁଚାପର ପ୍ରଭାବ ବେଶୀ ପଡ଼ିନପାରେ । କିନ୍ତୁ ଦ୍ବିତୀୟଟିର ପ୍ରଭାବ ଅଧିକ ରହିବ ବୋଲି ସେ ଆକଳନ କରିଛନ୍ତି । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)