ବାତ୍ୟା ପ୍ରଭାବିତ ଅଞ୍ଚଳରେ ବନ୍ଦ ରହିବ ଅଙ୍ଗନବାଡି: ଉପମୁଖ୍ୟମନ୍ତ୍ରୀ ।

ଅକ୍ଷର ବ୍ୟୁରୋ: ଆସୁଛି ବାତ୍ୟା ‘ମୋନ୍ଥା’ । ତା’ପୂର୍ବରୁ ଆଗୁଆ ସଜାଗ ରହିଛି ପ୍ରଶାସନ । ଲ୍ୟାଣ୍ଡଫଲ ପୂର୍ବରୁ ବିଭିନ୍ନ ଆନୁଷଙ୍ଗିକ ପଦକ୍ଷେପ ଗ୍ରହଣ କରୁଛନ୍ତି ରାଜ୍ୟ ସରକାର । ଏହିକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ବୟାନ ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାତ୍ୟା ପ୍ରଭାବିତ ଅଞ୍ଚଳରେ ବନ୍ଦ ରହିବ ଅଙ୍ଗନବାଡି । ଗର୍ଭପାତର ନିର୍ଦ୍ଧାରିତ ସମୟ ଅନୁସାରେ ଗର୍ଭବତୀ ମହିଳାଙ୍କୁ ମେଡିକାଲକୁ ଆଣିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ସବୁ ଅଙ୍ଗନବାଡି କର୍ମୀ ଓ ଆଶା କର୍ମୀମାନଙ୍କୁ ଏହି ଦାୟିତ୍ୱ ଦିଆଯାଇଛି । ବିଭାଗ ତରଫରୁ ସବୁ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି । ସରକାର ଆପଣଙ୍କ ସହ ଅଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ, ରାଜ୍ୟ ସରକାର ପୁରା ସଜାଗ ରହିଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial
Facebook
X (Twitter)