ଅକ୍ଷର ବ୍ୟୁରୋ: ସରିଲା ବାତ୍ୟା ମୁକାବିଲା ସମୀକ୍ଷା ବୈଠକ । ବୈଠକ ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ମୁକାବିଲା ପାଇଁ ସରକାର ସବୁ ପ୍ରକାର ବ୍ୟବସ୍ଥା କରିଛନ୍ତି । ଜିରୋ କାଜୁଆଲିଟି ଲକ୍ଷ୍ୟରେ କାର୍ଯ୍ୟ କରାଯାଉଛି । ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇ ସାରିଛି । ବିଶେଷକରି ୮ଟି ଜିଲ୍ଲା ଆଜି ଓ କାଲି ପ୍ରଭାବିତ ହେବ’ । ବର୍ତ୍ତମାନ ସୁଦ୍ଧା ୧୧ ହଜାର ୩୯୬ ଜଣଙ୍କୁ ସ୍ଥାନାନ୍ତର ସରିଛି’ । ୩୦ ହଜାର ୫୯୪ ଜଣଙ୍କୁ ସ୍ଥାନାନ୍ତର କରିବା ଲକ୍ଷ୍ୟ ରହିଛି । ଆବଶ୍ୟକ ପଡ଼ିଲେ ସେମାନଙ୍କୁ ସ୍ଥାନାନ୍ତର କରାଯିବ । ୧୮୭୧ ଗର୍ଭବତୀ ମହିଳାଙ୍କୁ ମେଡିକାଲ୍ ନିଆଯାଇଛି । ଆଉ ୮୨୨ ଗର୍ଭବତୀଙ୍କୁ ମଧ୍ୟ ସ୍ଥାନାନ୍ତର କରିବାକୁ ଲକ୍ଷ୍ୟ ରହିଛି । ଦକ୍ଷିଣ ଓଡ଼ିଶା ଜିଲ୍ଲାର ପର୍ଯ୍ୟଟନସ୍ଥଳୀକୁ ବାରଣ କରାଯାଇଛି । ସେହିପରି ବାତ୍ୟା ମୋନ୍ଥାର ପ୍ରଭାବରେ ତତ୍ପର ନବରଙ୍ଗପୁର ଜିଲ୍ଲା ପ୍ରଶାସନ । ସତର୍କତା ମୂଳକ ପଦକ୍ଷେପ ସ୍ୱରୂପ ବାତ୍ୟା ସମୟରେ ଅଧିକ ସମ୍ବେଦନଶୀଳ ଥିବା ଗର୍ଭବତୀ ଓ ବୃଦ୍ଧଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି । ପ୍ରଶାସନ ଅଗ୍ରାଧିକାର ଭିତ୍ତିରେ ଜିଲ୍ଲାରେ ଚିହ୍ନଟ ହୋଇଥିବା ୩୦୩ ଜଣ ଗର୍ଭବତୀଙ୍କୁ ଚିହ୍ନଟ କରି ସମସ୍ତଙ୍କୁ ସୁରକ୍ଷିତ ଭାବେ ମା’ ଗୃହ ଓ ୧୩୮ ଜଣ ଗର୍ଭବତୀଙ୍କୁ ସ୍ଥାନୀୟ ମେଡ଼ିକାଲକୁ ସ୍ଥାନାନ୍ତରିତ କରିଛି । ସେଠାରେ ମଧ୍ୟ ୧୦ଟି ଅଗ୍ନିଶମ ଟିମ୍ ଓ ୧ଟି ଓଡ୍ରାଫ ଟିମ୍ ସଜାଗ ଅଛନ୍ତି ।
ସମୀକ୍ଷା ବୈଠକ: ଜିରୋ କାଜୁଆଲିଟି ଲକ୍ଷ୍ୟରେ କାର୍ଯ୍ୟ କରାଯାଉଛି, ମୁଖ୍ୟମନ୍ତ୍ରୀଙ୍କ ସୂଚନା ।












Leave a Reply